Masthead

ଚାନ୍ଦିନୀ’ ଲେଖକଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗତବର୍ଷ ବଲିଉଡକୁ ଲାଗିଥିଲା ବଡ ଝଟକା । ଅନେକ ନାମକରା  କଳାକାରଙ୍କୁ ହରାଇଥିଲା ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରି । ବର୍ତ୍ତମାନ ଫିଲ୍ମ ଜଗତ ପାଇଁ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଜଣାଶୁଣା ଲେଖକ ତଥା ଫିଲ୍ମ ନିର୍ଦ୍ଦେଶକ ସାଗର ସରହଦିଙ୍କର ସୋମବାର ପରଲୋକ ହୋଇଛି । ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ହୃଦଘାତ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ।

ଶେଷ ମୁହୂର୍ତ୍ତରେ ସେ ଖାଇବା ପିଇବା ମଧ୍ୟ ବନ୍ଦ କରିଦେଇଥିଲେ । ସାଗର ସରହଦିଙ୍କ ମୃତ୍ୟୁ ପରେ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି । ଏହି ଖବର ପାଇଁ ଅନେକ କଳାକାର ଦୁଃଖ ପ୍ରକାଶ କରିଛନ୍ତି । ଫିଲ୍ମ ନିର୍ମାତା ଅଶୋକ ପଣ୍ଡିତଙ୍କ ସହ ଅନେକ ଷ୍ଟାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସାଗର ସରହଦି ବଲିଉଡ ଇଣ୍ଡଷ୍ଟ୍ରିକୁ ଅନେକ ହିଟ ଫିଲ୍ମ ଦେଇଛନ୍ତି । ସେ ‘କଭି କଭି’, ‘ଚାନ୍ଦିନୀ’ ଏବଂ ‘ସିଲସିଲା’ ଭଳି ସୁପରହିଟ୍ ଫିଲ୍ମ ପାଇଁ ସବୁଦିନ ସ୍ମରଣୀୟ ହୋଇ ରହିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ