ଜୁନ ୧୨ରେ ଶପଥ ନେବେ ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ଫଳାଫଳ ପରେ ଦିଲ୍ଲୀରେ ଗତକାଲି ଏନଡିଏ ବୈଠକ ହୋଇଥିଲା। ଏହି ବୈଠକରେ ଏନଡିଏର ସମସ୍ତ ଦଳ ନିଜର ସମର୍ଥନ ପତ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ପ୍ରଦାନ କରିଛନ୍ତି । ତେବେ ଜୁନ୍ ୧୨ ତାରିଖରେ ଶପଥ ନେବେ ଚନ୍ଦ୍ରବାବୁ ନାଇଡୁ । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଇଡୁ । ଅମରାବତୀରେ ହେବ ଶପଥ ସମାରୋହ ଉତ୍ସବ । ପୂର୍ବରୁ ୯ରେ ଶପଥ ନେବାର ଥିଲା, ମୋଦିଙ୍କ ଶପଥ ପାଇଁ ଘୁଞ୍ଚିଲା ତାରିଖ ।

ସେ ୧୯୯୫ରୁ ୧୯୯୯ ପର୍ଯ୍ୟନ୍ତ ଏବଂ ପରେ ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ଦକ୍ଷିଣ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଏହାପରେ ୨୦୧୪ରେ ରାଜ୍ୟ ବିଭାଜନ ପରେ ତୃତୀୟ ପାଳି ପୂରା କରିଥିଲେ। କିନ୍ତୁ ୨୦୧୯ରେ YSR କଂଗ୍ରେସର ଜଗନ ମୋହନ ରେଡ୍ଡୀ ତାଙ୍କଠାରୁ ପଦ ଛଡ଼ାଇ ଆଣିଥିଲେ। ପାଞ୍ଚ ବର୍ଷ ପରେ ପୁଣି ସତ୍ତାକୁ ଫେରିଛନ୍ତି ଚନ୍ଦ୍ରବାବୁ ନାଇଡ଼ୁ।

୧୭୫ ଆସନ ବିଶିଷ୍ଟ ଆନ୍ଧ୍ରପ୍ରଦେଶ ବିଧାନସଭା ପାଇଁ ଏଥର ହୋଇଥିଲା ଜୋରଦାର ଫାଇଟ୍। YSR କଂଗ୍ରେସକୁ ସତ୍ତାରୁ ହଟାଇବା ପାଇଁ ବିଜେପି ନେତୃତ୍ୱାଧୀନ ଏନଡିଏ ସହ ମେଣ୍ଟ କରିଥିଲେ ଟିଡିପି ଓ ଜେଏସପି(ଜନ ସେନା ପାର୍ଟି)। ଟିଡିପିକୁ ୧୩୫ ଆସନ ମିଳିଥିବା ବେଳେ ଜନ ସେନାକୁ ୨୧ ଓ ବିଜେପିକୁ ମିଳିଥିଲା ୮ଟି ଆସନ। ସଂଖ୍ୟା ଗରିଷ୍ଠତା ସହ ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ