Masthead

ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଚନ୍ଦ୍ରଯାନ-୩ର ତୃତୀୟ କକ୍ଷପଥ ହ୍ରାସ ପ୍ରକ୍ରିୟା କରାଯିବ । ଏହି ପ୍ରକ୍ରିୟା ଦ୍ୱାରା ଚନ୍ଦ୍ରର ସବୁଠୁ ଅଧକ ନିକଟତର ହେବ ଚନ୍ଦ୍ରଯାନ-୩ । । ବର୍ତମାନ ଚନ୍ଦ୍ରଯାନ-୩ ଚନ୍ଦ୍ରଠାରୁ ସବୁଠୁ କମ୍ ୧୭୪ କିମି ଓ ସବୁଠୁ ଅଧିକ ୧୪୩୭ କିମି ଦୂରରେ ଅଣ୍ଡାକାର ପଥରେ ଘୂରୁଛି । ଆସନ୍ତା ୧୭ ତାରିଖରେ ଚନ୍ଦ୍ରଯାନ-୩ରେ ଥିବା ପ୍ରୋପୁଲସନ୍ ମୋଡ୍ୟୁଲରୁ ଲ୍ୟାଣ୍ଡର ଓ ରୋଭର ଅଲଗା ହେବ । ଲ୍ୟାଣ୍ଡରରେ ରହିଥିବା ସଫ୍ଟୱେର ସହାୟତାରେ ଏହା ଚନ୍ଦ୍ରର ଆହୁରି ନିକଟତର ହେବ । ଏହି ସମୟରେ ଲ୍ୟାଣ୍ଡର ଚନ୍ଦ୍ରଠାରୁ ସର୍ବାଧିକ ୧୦୦ ଓ ସର୍ବନିମ୍ନ ୩୦ କିମି ଦୂରରେ ପରିକ୍ରମା କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର