Masthead

ଆସନ୍ତାକାଲି ଲଞ୍ଚ ହେବ ଚନ୍ଦ୍ରୟାନ-୩, ସଫଳ ଲ୍ୟାଣ୍ଡିଂକୁ ନେଇ ପୂଜାର୍ଚ୍ଚନା

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଆସନ୍ତାକାଲି ଲଞ୍ଚ ହେବ ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୩ । ଅପରାହ୍ଣ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ ହେବ ।ଏଥିପାଇଁ ଇସ୍ରୋ ପ୍ରସ୍ତୁତି ପର୍ବକୁ ଫାଇନାଲ ଟଚ୍ ଦେବାରେ ଲାଗି ପଡ଼ିଛି । ଏଥରକ ଚନ୍ଦ୍ର ପୃଷ୍ଠରେ ସଫଳ ଲ୍ୟାଣ୍ଡିଂକୁ ଫୋକସ କରାଯାଇଥିବାବେଳେ ଏନେଇ ପୂର୍ବାପେକ୍ଷା ଅଧିକ ଇନ୍ଧନ, ବିଫଳ ନହେବା ପାଇଁ ଅଧିକ ପଦକ୍ଷେପ ଏବଂ ଏକ ବିଶାଳ ଲ୍ୟାଣ୍ଡିଂ ସାଇଟ ପ୍ରସ୍ତୁତ କରାଯାଇଛି । ଲଞ୍ଚର ମାସକ ପରେ ଚନ୍ଦ୍ରୟାନ-୩ ତା’ର କକ୍ଷ ପଥରେ ଅବସ୍ଥାପିତ ହେବ । ତେବେ ଲ୍ୟାଣ୍ଡର ବିକ୍ରମ, ରୋଭର ପ୍ରଜ୍ଞା ଅଗଷ୍ଟ ୨୩ରେ ଚନ୍ଦ୍ରରେ ଚନ୍ଦ୍ରୟାନ-୩କୁ ଲ୍ୟାଣ୍ଡ କରିବେ ବୋଲି ଅନୁମାନ କରାଯାଉଛି ।

ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ଷ୍ଟେସନ ଲଞ୍ଚ ପ୍ୟାଡରେ ଚନ୍ଦ୍ରାୟନ ପହଞ୍ଚି ଇତିମଧ୍ୟରେ ରିହର୍ସାଲ ଶେଷ ହୋଇଛି । LVM-3 ରକେଟ ଯୋଗେ ଚନ୍ଦ୍ରୟାନ-୩ ଉତକ୍ଷେପଣ କରାଯିବ । ଏହି ଅଭିଯାନ ଲାଗି ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଲ୍ୟାଣ୍ଡର ମଡ୍ୟୁଲ ଯାହାର ନାମ ବିକ୍ରମ, ଏକ ପ୍ରପଲସନ ମଡ୍ୟୁଲ ଓ ଏକ ରୋଭର ଯାହାର ନାମ ପ୍ରଜ୍ଞାନ ପ୍ରସ୍ତୁତ ହୋଇଛି । ଚନ୍ଦ୍ର ପୃଷ୍ଠରେ ସଫଳ ଲ୍ୟାଣ୍ଡିଂକୁ ନେଇ ଇସ୍ରୋର ବୈଜ୍ଞାନିକମାନେ ଆନ୍ଧ୍ରପ୍ରଦେଶର ତିରୁପତି ଭେଙ୍କଟଚଲପତି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ପୂଜା ପରେ ଏକ ଛୋଟ ମଡେଲ ଦେଖାଇ ବୈଜ୍ଞାନିକମାନେ କହିଛନ୍ତି ଏହା ହେଉଛି ଚନ୍ଦ୍ରାୟଣ -୩ । ଆସନ୍ତାକାଲି ଏହା ଲଞ୍ଚ ହେବ। ଇସ୍ରୋ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରରୁ ଜୁଲାଇ ୧୪ ଅପରାହ୍ନ ୨ଟା ୩୫ରେ ଚନ୍ଦ୍ରାୟନର ତୃତୀୟ ମିଶନ ଆରମ୍ଭ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା