Masthead

ଆଜି ପୁଣିଥରେ କକ୍ଷ ବଦଳାଇବ ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ (ଇସ୍ରୋ) ଶନିବାର ଅଗଷ୍ଟ ୫ ତାରିଖ ଦିନ କହିଛି ଯେ ଚନ୍ଦ୍ରଯାନ -୩ ସଫଳତାର ସହ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଛି। ଚନ୍ଦ୍ରଯାନ-୩ ମହାକାଶ ଯାନ ୧୪ ଜୁଲାଇରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ପେଶ୍‌ ସେଣ୍ଟରରୁ ଉତ୍‌କ୍ଷେପଣ ହେବା ପରଠାରୁ ଏହା ଚନ୍ଦ୍ରର ପ୍ରାୟ ଦୁଇ ତୃତୀୟାଂଶ ଦୂରତା ଅତିକ୍ରମ କରିଛି।। ଯଦି ସବୁକିଛି ଠିକଠାକ ରୁହେ, ତେବେ ଏହା ୨୩ ଅଗଷ୍ଟରେ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ। ଏହାର ଲୁନାର ଅର୍ବିଟ ଇଞ୍ଜେକ୍ସନ ବା ଚନ୍ଦ୍ରକକ୍ଷରେ ସ୍ଥାପନ ପ୍ରକ୍ରିୟା ସମାପ୍ତ ହୋଇଛି, ଯାହା ଅଭିଯାନ ପାଇଁ ଏକ ବଡ଼ ସଫଳତା। ଆଜି ଚନ୍ଦ୍ରକକ୍ଷରେ ପ୍ରବେଶ କରିସାରିଥିବା ଚନ୍ଦ୍ରଯାନ-୩କୁ କେତୋଟି ଲୁନାର ଅର୍ବିଟ ମାନିଉଭର (ଚନ୍ଦ୍ରକକ୍ଷ ପରିବର୍ତ୍ତନ) କରିବାକୁ ପଡ଼ିବ।

ପରବର୍ତ୍ତୀ ମାନିଉଭର ଆସନ୍ତାକାଲି ରାତି ୧୧ଟା ବେଳେ ହେବ। ଅଗଷ୍ଟ ପ୍ରଥମ ସପ୍ତାହ ସାରା ଚନ୍ଦ୍ରଯାନ-୩ ଚନ୍ଦ୍ର ଚାରିପଟେ ୫-୬ ଥର ପରିକ୍ରମଣ କରିବ। ଧୀରେ ଧୀରେ ଏହା ୧୦୦ କିମି ବୃତ୍ତାକାର କକ୍ଷପଥରେ ଭ୍ରମଣ କରି ଚନ୍ଦ୍ରର ନିକଟତର ହେବ। ପରବର୍ତ୍ତୀ ୧୦ ଦିନ ଭିତରେ ଏହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ଅବତରଣ କରିବାର ଉପଯୁକ୍ତ ସ୍ଥାନ ନିରୂପଣ କରାଯିବ। ତା’ପରେ ଅଗଷ୍ଟ ୨୩ ଅପରାହ୍ଣ ୫ଟା ୪୭ରେ ଏଥିରୁ ଲ୍ୟାଣ୍ଡର ବିକ୍ରମ ଅଲଗା ହୋଇ ନରମ ଅବତରଣ ପାଇଁ ଉଦ୍ୟମ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ