Masthead

ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ (ଇସ୍ରୋ) କହିଛି ଯେ ଚନ୍ଦ୍ରଯାନ -୩ ସଫଳତାର ସହ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଛି। ଚନ୍ଦ୍ରଯାନ-୩ ମହାକାଶ ଯାନ ୧୪ ଜୁଲାଇରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ପେଶ୍‌ ସେଣ୍ଟରରୁ ଉତ୍‌କ୍ଷେପଣ ହେବା ପରଠାରୁ ଏହା ଚନ୍ଦ୍ରର ପ୍ରାୟ ଦୁଇ ତୃତୀୟାଂଶ ଦୂରତା ଅତିକ୍ରମ କରିଛି। ଯଦି ସବୁକିଛି ଠିକଠାକ ରୁହେ, ତେବେ ଏହା ୨୩ ଅଗଷ୍ଟରେ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ। ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଆଜି ଅପରାହ୍ନ ଗୋଟାଏରୁ ୨ଟା ମଧ୍ୟରେ ଚନ୍ଦ୍ରଯାନ-୩ର ଦ୍ୱିତୀୟ କକ୍ଷପଥ ହ୍ରାସ ପ୍ରକ୍ରିୟା କରାଯିବ ।

ଏହା ପରେ ଆହୁରି ଦୁଇ ଥର ଚନ୍ଦ୍ରଯାନର କକ୍ଷପଥକୁ ବଦଳାଯିବ । ଏହା ଚନ୍ଦ୍ରର ସବୁଠୁ ଅଧିକ ନିଟକତର ହେବ । ବର୍ତ୍ତମାନ ଚନ୍ଦ୍ରଯାନ-୩ ଚନ୍ଦ୍ରଠାରୁ ସବୁଠୁ କମ୍ ୧୭୦ କିମି ଓ ସବୁଠୁ ଅଧିକ ୪ ହଜାର ୩୧୩ କିମି ଦୂରରେ ଅଣ୍ଡାକାର ପଥରେ ଘୂରୁଛି । ଆସନ୍ତା ୧୭ ତାରିଖରେ ଚନ୍ଦ୍ରଯାନ-୩ରେ ଥିବା ପ୍ରୋପୁଲସନ୍ ମୋଡ୍ୟୁଲରୁ ଲ୍ୟାଣ୍ଡର ଓ ରୋଭର ଅଲଗା ହେବ । ଲ୍ୟାଣ୍ଡରରେ ରହିଥିବା ସଫ୍ଟୱେର ସହାୟତାରେ ଏହା ଚନ୍ଦ୍ରର ଆହୁରି ନିକଟତର ହେବ । ଏହି ସମୟରେ ଲ୍ୟାଣ୍ଡର ଚନ୍ଦ୍ରଠାରୁ ସର୍ବାଧିକ ୧୦୦ ଓ ସର୍ବନିମ୍ନ ୩୦ କିମି ଦୂରରେ ପରିକ୍ରମା କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ