Masthead

ଆଉ ୭ ଦିନ ପରେ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଆଜି ଗତି ପରିବର୍ତ୍ତନ କରି ଆହୁରି ନିକଟତର ହେବ । ଆଉ ୭ ଦିନ ପରେ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ । ଇସ୍ରୋ ଏହାର କକ୍ଷକୁ ଚନ୍ଦ୍ରପୃଷ୍ଠରୁ ୧୦୦ କିଲୋମିଟର ଉପର ପର୍ଯ୍ୟନ୍ତ ହ୍ରାସ କରିବା ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ହାତକୁ ନେବ । ଚନ୍ଦ୍ରଯାନ-୩କୁ ୧୦୦ କିଲୋମିଟର ବୃତାକାର କକ୍ଷକୁ ନେବା ପାଇଁ ବିଭିନ୍ନ ପ୍ରକ୍ରିୟା କରାଯାଇଛି । ଏଥିରୁ ଯୋଜନା ଅନୁସାରେ ୨ଟି ପ୍ରକ୍ରିୟା ସଫଳତାର ସହ ଶେଷ ହୋଇଛି ।

ତେଣୁ ଆଜି ଯେଉଁ ପ୍ରକ୍ରିୟା କରାଯିବ ତାହା ଚନ୍ଦ୍ରଯାନ-୩କୁ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ । ଚନ୍ଦ୍ରଯାନ-୩ ପାଇଁ ସବୁଠୁ ବଡ଼ ଆହ୍ୱାନ ହେଉଛି ଏହାର ସଫ୍ଟ ଲ୍ୟାଣ୍ଡିଂ । ଆସନ୍ତାକାଲି ଚନ୍ଦ୍ରଯାନ-୩ରେ ଥିବା ପ୍ରୋପୁଲସନ୍ ମୋଡ୍ୟୁଲରୁ ଲ୍ୟାଣ୍ଡର ଓ ରୋଭର ଅଲଗା ହେବ । ଲ୍ୟାଣ୍ଡରରେ ରହିଥିବା ସଫ୍ଟୱେର ସହାୟତାରେ ଏହା ଚନ୍ଦ୍ରର ଆହୁରି ନିକଟତର ହେବ । ଏହି ସମୟରେ ଲ୍ୟାଣ୍ଡର ଚନ୍ଦ୍ରଠାରୁ ସର୍ବାଧିକ ୧୦୦ ଓ ସର୍ବନିମ୍ନ ୩୦ କିମି ଦୂରରେ ପରିକ୍ରମା କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର