Masthead

ଚନ୍ଦ୍ରର ଆହୁରି ନିକଟତର ହେଲା ଚନ୍ଦ୍ରୟାନ, ଆଉ ୪ଦିନରେ ପହଞ୍ଚିବ ଚନ୍ଦ୍ରପୃଷ୍ଠରେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅନ୍ତିମ ପର୍ଯ୍ୟାୟରେ ଭାରତର ଚନ୍ଦ୍ର ଅଭିଯାନ । ସଫଳତାର ସହ ଲ୍ୟାଣ୍ଡର ବିକ୍ରମ ପ୍ରଥମ ପାଦ ଅତିକ୍ରମ କରିଛି । ଚନ୍ଦ୍ର ଆଡକୁ ପାଖେଇଲା ଲ୍ୟାଣ୍ଡର ବିକ୍ରମ । ଲ୍ୟାଣ୍ଡର ବିକ୍ରମର ଏଲପିଡିସି କ୍ୟାମେରା ଚନ୍ଦ୍ରର ଫଟୋଚିତ୍ର ପଠାଇଛି । ଏନେଇ ଇସ୍ରୋ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଚନ୍ଦ୍ରଯାନ-୩ ମିଶନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଂଶ ହେଉଛି ବିକ୍ରମ ଲ୍ୟାଣ୍ଡର ।

ଚନ୍ଦ୍ରପୃଷ୍ଠରେ ସୁରକ୍ଷିତ ଅବତରଣ ପାଇଁ ଏଥିରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଅଗଷ୍ଟ୨୩ ତାରିଖ ଅପରାହ୍ନରେ ଚନଦ୍ରପୃଷ୍ଠରେ ଅବତରଣ କରିବା ନେଇ ସମୟ ଧାର୍ଯ୍ୟ କରାଯାଇଛି । ଲ୍ୟାଣ୍ଡର ଅବତରଣ କରିବା ପରେ ସେଥିରୁ ପ୍ରଜ୍ଞାନ ରୋଭର ବାହାରି ଯାଇ ଚନ୍ଦ୍ରପୃଷ୍ଠରେ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରି ସୂଚନା ପଠାଇବ । ଏହା ୧୪ ଦିନ ପର୍ଯ୍ୟନ୍ତ କାମ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ