Masthead

କେନ୍ଦ୍ର କ୍ୟାବିନେଟ କମିଟିରେ ପରିବର୍ତ୍ତନ: ଦୁଇଟି କମିଟିରେ ଅଶ୍ୱିନୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ ): କେନ୍ଦ୍ର ସରକାର ଶକ୍ତିଶାଳୀ କ୍ୟାବିନେଟ୍ କମିଟି ଗଠନ କରିଛନ୍ତି । ସଂସଦର ବର୍ଷାକାଳୀନ ଅଧିବେଶନ ପୂର୍ବରୁ କ୍ୟାବିନେଟ୍ କମିଟିରେ ପରିବର୍ତ୍ତନ କରାଯାଇଛି । ଜୁଲାଇ ୧୯ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ବର୍ଷାକାଳୀନ ଅଧିବେଶନ ବସିବ । ଏହା ପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ନେତୃତ୍ୱରେ ସଂସଦୀୟ ବ୍ୟାପାର କମିଟିରେ ଅଦଳବଦଳ କରାଯାଇଛି । ପ୍ରତିରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟିରେ କେନ୍ଦ୍ରମନ୍ତ୍ରୀ ବୀରେନ୍ଦ୍ର କୁମାର, କିରନ୍ ବିରଜୁ, ଅନୁରାଗ ସିଂ ଠାକୁରଙ୍କୁ ସାମିଲ୍ କରାଯାଇଛି ।

କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି, ଭୁପେନ୍ଦ୍ର ଯାଦବ, ସରବାନନ୍ଦ ସୋନେୱାଲାଙ୍କୁ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଗଠିତ ରାଜନୈତିକ ବ୍ୟାପାର କମିଟିରେ ସାମିଲ୍ କରାଯାଇଛି । ପ୍ରାଧାନମନ୍ତ୍ରୀଙ୍କ ନେତୃତ୍ୱରେ ପୁଞ୍ଜି ବିନିଯୋଗ ଏବଂ ବିକାଶ ବ୍ୟାପାର କମିଟିରେ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଅଶ୍ୱିନୀ ବୈଷ୍ଣବଙ୍କୁ ସାମିଲ୍ କରାଯାଇଛି । ନିଯୁକ୍ତି ଓ ଦକ୍ଷତା ବିକାଶ କ୍ୟାବିନେଟ୍ କମିଟିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଭୂପେନ୍ଦ୍ର ଯାଦବ, ରାମଚନ୍ଦ୍ର ପ୍ରସାଦ ସିଂ, ଜି କିଶାନ ରୋଡ୍ଡୀଙ୍କୁ ନୂତନ ସଦସ୍ୟ ଭାବେ ସାମିଲ୍ କରାଯାଇଛି । ତେବେ ଦେଶର ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟିରେ କୌଣସି ପରିବର୍ତ୍ତନ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା