ଖୋଲିଲା ଉତ୍ତରାଖଣ୍ଡର ବାବା କେଦାରନାଥଙ୍କ ମନ୍ଦିର

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ଖୋଲିଲା ଉତ୍ତରାଖଣ୍ଡ ପ୍ରସିଦ୍ଧ କେଦାରନାଥ ମନ୍ଦିର । ମନ୍ତ୍ର ଓ ବେଦ ଧ୍ୱନୀ ଉଚ୍ଚାରଣରେ କମ୍ପିଲା ମନ୍ଦିର ପରିସର । ୪୦ କ୍ୱିଣ୍ଟାଲ ଫୁଲରେ ସୁସଜ୍ଜିତ ମନ୍ଦିର, ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ଗଙ୍ଗୋତ୍ରୀ, ଯମୁନେତ୍ରୀ ସହ କେଦାରନାଥ ଯାତ୍ରା ଆରମ୍ଭ । ଏଥିଲାଗି ସରିଛି ସମସ୍ତ ପ୍ରସ୍ତୁତି। ମନ୍ଦିର ପରିସରକୁ ସଫା କରାଯିବା ସହ ଫୁଲରେ ସଜାଯାଇଛି। ଗୌରୀକୁଣ୍ଡରୁ ବାବାଙ୍କ ଚଳନ୍ତି ପ୍ରତିମାକୁ କେଦାରନାଥ ଅଭିମୁଖେ ନିଆଯାଇଛି। ଘଣ୍ଟଘଣ୍ଟା ଧ୍ୱନି ମଧ୍ୟରେ ବାବାଙ୍କ ଚଳନ୍ତି ପ୍ରତିମାକୁ ଶ୍ରଦ୍ଧାଳୁମାନେ ସୁସଜ୍ଜିତ ବିମାନରେ କାନ୍ଧେଇ ନେଇଥିଲେ। କେଦାରନାଥଙ୍କ ଦର୍ଶନ ଲାଗି ସୋନପ୍ରୟାଗ ଏବଂ ଗୌରୀକୁଣ୍ଡ ଅଞ୍ଚଳରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଲାଣି। ଆଜି କେଦାରନାଥ, ଯମୁନୋତ୍ରୀ ଓ ବଦ୍ରିନାଥ ଧାମର କବାଟ ଖୋଲିବ। ଏଥିନିମନ୍ତେ ମନ୍ଦିରକୁ ପ୍ରାୟ୪୦ କ୍ୱିଣ୍ଟାଲ ଫୁଲରେ ସଜା ଯାଇଛି। ଏହି ଫୁଲ ହେଲିକପ୍ଟର ଯୋଗେ ଉପରକୁ ନିଆଯାଇଛି। ମାତ୍ର ବଦ୍ରିନାଥ ଧାମର କବାଟ ଆସନ୍ତା ୧୨ ତାରିଖରେ ଖୋଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ