Masthead

ବିଦ୍ୟାଭାରତୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଗଜପତି (ବଡ଼ ଖବ ବ୍ୟୁରୋ): ସୌମ୍ୟ ମୃତ୍ୟୁ ମାମଲାରେ ଡିଏଫଓ ଓ ରୋଷେୟାଙ୍କୁ କ୍ଲିନ୍‌ଚିଟ୍ । ବିଦ୍ୟାଭାରତୀଙ୍କ ନାଁରେ ଦୁଇଟି ଦଫା ଲାଗିଛି । ଏଥିସହ ବିଦ୍ୟାଭାରତୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା କହିଛନ୍ତି । ସେଦିନ ସୌମ୍ୟଙ୍କ ଦେହରେ ନିଆଁ ଲାଗିବା ଆକସ୍ମିକ ଦୁର୍ଘଟଣା ଥିଲା । ତେବେ ବିଦ୍ୟାଭାରତୀ ନିଆଁ ଲିଭାଇବା ପାଇଁ ଯଥେଷ୍ଟ ଚେଷ୍ଟା କରିନଥିଲେ ।

ଏଭଳିକି ସହାୟତା ପାଇଁ ଲୋକଙ୍କୁ ବି ଡାକିନଥିଲେ । ସ୍ୱାମୀ ନିଆଁରେ ପୋଡ଼ି ହେଉଥିବା ବେଳେ କୌଣସି ତତ୍ପରତା ଦେଖାଇନଥିଲେ ପତ୍ନୀ ବିଦ୍ୟାଭାରତୀ । ଠିକ୍ ସମୟରେ ବଞ୍ଚାଇବା ପାଇଁ ଚେଷ୍ଟା କରିଥିଲେ ଅଘଟଣକୁ ଏଡାଇ ଦିଆଯାଇ ପାରିଥାନ୍ତା । ଅବହେଳା ପାଇଁ ସୌମ୍ୟଙ୍କ ଜୀବନ ଯାଇଛି । ବିଦ୍ୟା ଓ ସୌମ୍ୟଙ୍କ ବୈବାହିକ ସମ୍ପର୍କ ଭଲ ନଥିଲା । ନିଆଁ ଲିଭାଇବାରେ ବିଦ୍ୟାଭାରତୀଙ୍କ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ହୋଇପାରେ । ବିଦ୍ୟାଙ୍କ ବିରୋଧରେ ୨୮୫ ଓ ୩୦୪  ଧାରାରେ ମାମଲା ରୁଜୁ ହୋଇଛି ।

ଦୋଷୀ ସାବ୍ୟସ୍ତ ହେଲେ ୭ବର୍ଷ ଜେଲ ଦଣ୍ଡ ହୋଇପାରେ । ଗତକାଲି ପାରଳାଖେମୁଣ୍ଡି କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଘଟଣାରେ ୮୦ ଜଣଙ୍କୁ ଜେରା ହୋଇଥିବା ବେଳେ, ସମସ୍ତଙ୍କ କଲ୍ ରେକର୍ଡ, ପୋଷ୍ଟମର୍ଟମ ରିପୋର୍ଟ, ଏସଏଫଏଲ ରିପୋର୍ଟ, ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟର ସମସ୍ତ ଦସ୍ତାବିଜ କୋର୍ଟରେ ଦାଖଲ କରିଛନ୍ତି ତଦନ୍ତକାରୀ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ