Masthead

ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା । ଗୁରୁବାର ଦିନ ଦକ୍ଷିଣପନ୍ଥୀ କର୍ମୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ହତ୍ୟା କରାଯାଇଛି । ତେବେ ଘଟଣା ପରେ ଆମେରିକାରେ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ଏହାସହ ଅର୍ଦ୍ଧନିମିତ ରହିବ ପତାକା । ଚାର୍ଲି ଉଟାହ ଭ୍ୟାଲି ବିଶ୍ୱବିଦ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିଲେ। ରାଷ୍ଟ୍ରପତି ଟ୍ରମ୍ପ ଚାର୍ଲି କିର୍କଙ୍କ ହତ୍ୟା ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ସେ ନିଜେ ଏକ ସୋସିଆଲ ମିଡିଆ ପୋଷ୍ଟ ସେୟାର କରି ଏହି ଘଟଣା ବିଷୟରେ ସୂଚନା ଦେଇଛନ୍ତି। ଚାର୍ଲି ର୍କିକ ହେଉଛନ୍ତି ୟୁଥ ଇନ ଆମେରୀକାର ସହପ୍ରତିଷ୍ଠାତା ଏବଂ ସିଇଓ । ୨୦୦ ମିଟର ଦୂର ଏକ ବିଲ୍ଡିଂରୁ ତାଙ୍କୁ ଗୁଳି କରାଯାଇଛି ।

ତେବେ ରାଜନୈତିକ ହିଂସା ଏବଂ ଗୁଳିକାଣ୍ଡରେ ପଛରେ ଯେଉଁମାନେ ବି ଅଛନ୍ତି କାହାରୀଙ୍କୁ ଛଡାଯିବନି ବୋଲି କହିଛନ୍ତି ଟ୍ରମ୍ପ । ଚାର୍ଲି ର୍କିକଙ୍କ ପାଇଁ ଟ୍ରମ୍ପଙ୍କୁ ନିର୍ବାଚନରେ ଯୁବପିଢିଙ୍କ ଅଧିକ ସମର୍ଥନ ମିଳିଥିଲା । ଜଣେ ପୋଡକାଷ୍ଟର ଭାବେ ସେ ଯୁବପିଢିଙ୍କ ମଧ୍ୟରେ ବେଶ୍ ପରିଚିତ ଥିଲେ । ସୂଚନା ଥାଉକି, କିର୍କ ଉଟାହ ଭ୍ୟାଲି ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏକ ବିତର୍କରେ ଅଂଶଗ୍ରହଣ କରୁଥିଲେ । ଏହି ସମୟରେ ସେ ଏକ ତମ୍ବୁ ତଳେ ମାଇକ୍ ଧରି ଭାଷଣ ଦେଉଥିଲେ ।ସେତେବେଳେ ହଠାତ୍ ଜଣେ ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳି ଚଳାଇଲେ । ଗୁଳିଟି କିର୍କଙ୍କ ବେକରେ ବାଜିଥିଲା । ଗୁଳି ବାଜିବା ମାତ୍ରେ କିର୍କ ତଳେ ପଡ଼ିଯାଇଥିଲେ । ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଏଠାରେ ଡାକ୍ତରମାନେ କିର୍କଙ୍କୁ ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା