Masthead

ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାସ୍ତାରେ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଘଟଣାସ୍ଥଳରେ ମୃତ୍ୟୁ ଘଟିଛି ଯୁବକଙ୍କର ।  ବିଚ୍ ରାସ୍ତାରେ ରକ୍ତର ହୋଲି । ସଂଘଵଧ ଭାବେ କଲେ ଆକ୍ରମଣ । ଏଭଳି ଘଟଣା ଘଟିଛି ଜନଗହଳିପୂର୍ଣ୍ଣ ସିଆରପି ଛକରେ । ମୃତ ଯୁବକ ଜଣକ ଗାଡି ଚାଳକ ବୋଲି ଚର୍ଚ୍ଚା ହେଉଛି । ଅନ୍ୟପଟେ ସ୍ଥାନୀୟ ଅଞ୍ଚଳରେ ଦେଖାଦେଇଛି ଉତ୍ତେଜନା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବକୁ କରିଛି ଜବତ । ବ୍ୟବଚ୍ଛେଦ ଲାଗି ପଠାଇଛି ମେଡିକାଲ । ଶାନ୍ତିଶୃଙ୍ଖଳା ମୁତୟନ କରାଯାଇଛି ପୋଲିଓ ଫୋର୍ସ।

ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ନାମ ଜଟିଆ ବୋଲି ଜଣାପଡିଛି । ତାଙ୍କ ଘର ସାଲିଆସାହିରେ । ବଟି ଆଦାୟକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ତେବେ ଏହି ଦୁର୍ବୃତ୍ତମାନେ କିଏ ଏବଂ କାହିଁକି ଏଭଳି କାଣ୍ଡ ଘଟାଇଲେ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣାସ୍ଥଳରେ ହଣାକଟାକୁ ନେଇ ଉତ୍ତେଜନା ଲାଗି ରହିଛି । ସବୁଠୁ ବଡ କଥା ହେଉଛି ଘଟଣାସ୍ଥଳ ଠାରୁ ଅଳ୍ପ କିଛି ଦୂରରେ ଥାନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ