Masthead

ଦୋଳପୂର୍ଣ୍ଣିମାକୁ ନେଇ ଆଜି ଛତିଶା ନିଯୋଗ ବୈଠକ

ପୁରୀ  (ବଡ଼ ଖବର ବ୍ୟୁରୋ): ଆଗାମୀ ଦୋଳପୂର୍ଣିମାକୁ ନେଇ ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ନେଇ ଆଜି ସନ୍ଧ୍ୟା ୫ଟାରେ ବସିବ ଛତିଶା ନିଯୋଗ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ବୈଠକରେ ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଳ ସିଂ, ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକଙ୍କ ସହ ଛତିଶା ନିଯୋଗର ସେବାୟତ ପ୍ରତିନିଧିମାନେ ବୈଠକରେ ଯୋଗ ଦେବେ।

ଆସନ୍ତା ୬ ତାରିଖରେ ମେଣ୍ଢା ପୋଡ଼ି ଓ ୭ରେ ଦୋଳପୂର୍ଣ୍ଣିମା ଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଏଥିପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୁଡାନ୍ତ ହେବ। ସେହିପରି ଦୋଳପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ବର ବେଶ ଅନୁଷ୍ଠିତ ହେବାକୁ ଥିବାରୁ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ନେଇ ଆଲୋଚନା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି