Masthead

ବର୍ଷାରେ ଭାସୁଛି ଚେନ୍ନାଇ, ଯୁଆଡେ ଚାହିଁଲେ ଖାଲି ପାଣି ଆଉ ପାଣି

ଚେନ୍ନାଇ (ବଡ଼ ଖବର ବ୍ୟୁରୋ): ବର୍ଷାରେ ବେହାଲ ଚେନ୍ନାଇ । ଯୁଆଡେ ଚାହିଁଲେ ଖାଲି ପାଣି ଆଉ ପାଣି । ଘର ଭାସୁଛି । ଗାଡି ବି ଭାସୁଛି । ବିମାନବନ୍ଦର ବି ଜଳମଗ୍ନ । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଯାହା ଫଳରେ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି । କେଉଁଠି ଘର ଭିତରେ ବର୍ଷା ପାଣି ପସିଛି, ତ ପୁଣି କେଉଁଠି ପାଣିରେ କାର ଭାସିବାର ଦୃଶ୍ୟ ସାମ୍ନାକୁ ଆସିଛି । ରାସ୍ତା ଉପରେ ଅନେକ ଗାଡି ଅଟକି ରହିଛି । ଆମ୍ବୁଲାନ୍ସ ମଧ୍ୟ ଯିବାରେ ଅସୁବିଧା ସୃଷ୍ଟି ହୋଇଛି ।

ବଡ଼ ବଡ଼ ଗାଡି ସହ କାର ଓ ଅଟୋ ମଧ୍ୟ ବୁଡିଯାଇଥିବାର ଦେଖିବାକୁ ମିଳିଛି । ଚେନ୍ନାଇ ଏୟାରପୋର୍ଟ ରନୱେ ମଧ୍ୟ ବର୍ଷା ପାଣିରେ ବୁଡିଯାଇଛି । ବର୍ଷା ସହ ପବନ ମଧ୍ୟ ହେଉଛି । ଫଳରେ ରାସ୍ତାରେ ଅନେକ ଗଛ ଭାଙ୍ଗି ପଡ଼ିଛି । ବାତ୍ୟା ମିଗଜୋମ୍ ପ୍ରଭାବରେ ଚେନ୍ନାଇ ଓ ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ରାଜ୍ୟର ବିଭିନ୍ନ ଅଞ୍ଚଳ ଏବେ ପାଣି ଘେରରେ ବନ୍ଦୀ ହୋଇ ରହିଛି । ତେବେ ଏହି ବନ୍ୟାରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ସୂଚନା ଦେଇଛି ଗ୍ରେଟର ଚେନ୍ନାଇ ପୋଲିସ । ବନ୍ୟା ଜନିତ ବିଭିନ୍ନ ଦୁର୍ଘଟଣାରେ ଏହି ୫ ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂଚନା ଦେଇଛି । ତେବେ ଏମାନଙ୍କ ମଧ୍ୟରୁ ୨ ଜଣ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣଙ୍କ ଉପରେ ଗଛ ପଡ଼ିଯିବାର ସେ ପ୍ରାଣ ହରାଇଛନ୍ତି ।

ତେବେ ମୃତକମାନଙ୍କ ପରିଚୟ ଖୋଜି ପାଇବାରେ ସଫଳ ହୋଇଛି ଚେନ୍ନାଇ ପୋଲିସ । ସେମାନଙ୍କ ମଧ୍ୟରୁ ପଦ୍ମନାଭନ, ଗଣେଶନ୍ ଏବଂ ମୁରୁଗାନ୍ ନାମକ ୩ ଜଣ ବ୍ୟକ୍ତିଙ୍କୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଚିହ୍ନଟ କରିବାକୁ ପ୍ରୟାସ ଜାରି ରହଛି । ସେପଟେ ବର୍ଷା ଯୋଗୁ ୨୦୪ ଟି ଟ୍ରେନ ବାତିଲ ହୋଇଥିବା ବେଳେ ୭୦ ବିମାନ ଚଳାଚଳ ବାତିଲ କରିଦିଆଯାଇଛି । ରାସ୍ତା ସଫା ପାଇଁ ଯୁଦ୍ଧକାଳୀନ ଭିତିରେ ଉଦ୍ୟମ ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେଉଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ