BSFର ସୀମା ବୃଦ୍ଧି ନିୟମ ବିରୋଧରେ ଚନ୍ନୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ bsfର ସୀମା ବୃଦ୍ଧି ନିୟମକୁ ବାରମ୍ବାର କଂଗ୍ରେସ ବିରୋଧ କରିବାରେ ଲାଗିଛି । ଏହା ମଧ୍ୟରେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଏହାକୁ ବିରୋଧ କରୁଥିବାର ଦେଖିବାକୁ ମିଳିଛି । ତାଙ୍କ ସହ ପଞ୍ଜାବ କଂଗ୍ରେସ ମୁଖ୍ୟ ନବୋଜିତ ସିଂ ସିଦ୍ଧୁ ମଧ୍ୟ ସ୍ୱର ମିଳାଇଛନ୍ତି। କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଚରଣଜିତ ସିଂ କହିଛନ୍ତି ଯେ, ଏହା ହେଉଛି ସଂଘୀୟ ବ୍ୟବସ୍ଥା ଉପରେ ଆକ୍ରମଣ। ସେହିପରି ସିଦ୍ଧୁ ମଧ୍ୟ ସମାନ ଅଭିଯୋଗ ଆଣି ଦେଶର ସଂଘୀୟ ବ୍ୟବସ୍ଥାକୁ ଦୁର୍ବଳ କରାଯାଉଛି ବୋଲି ସେ ଅଭିଯୋଗ ଆଣିଛନ୍ତି। ଉଭୟେ ଏକ ସାମ୍ବାଦିକ ସମ୍ମିଳନୀ କରି କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ।

ସିଦ୍ଧୁ କହିଥିଲେ ଯେ, ଦେଶ ଭିତରେ ଆଉ ଗୋଟିଏ ଦେଶ ଭଳି ପରିସ୍ଥିତି ସୃଷ୍ଟି କରାଯାଉଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ଏ ବାବଦରେ ସେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ଆବେଦନ କରିଛନ୍ତି। ହେଲେ ପ୍ରଧାନମନ୍ତ୍ରୀ କୌଣସି ଉତ୍ତର ଦେଉ ନଥିବା ସେ ଅଭିଯୋଗ କରିଛନ୍ତି। ଏହି ଅବସରରେ ଏକ ବିଏସଏଫର ଅଧିକାର ବୃଦ୍ଧିକୁ ନେଇ କେନ୍ଦ୍ରର ନିଷ୍ପତ୍ତିକୁ ପ୍ରତ୍ୟାଖ୍ୟାନ କରାଯାଇଥିବା ସର୍ବଦଳୀୟ ପ୍ରସ୍ତାବ ପାରିତ ହୋଇଥିଲା। ଯଦି କେନ୍ଦ୍ର କୌଣସି ଧ୍ୟାନ ନଦିଏ ତେବେ ୧୦ରୁ ୧୫ ଦିନ ମଧ୍ୟରେ ଏହି ପ୍ରସଙ୍ଗରେ ବିଧାନ ସଭାରେ ଏକ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ ଡକାଯିବ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!