ଆଜି ଛତିଶା ନିଯୋଗ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ବପୂର୍ଣ୍ଣ ବୈଠକ। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ  ବୈଠକ ଅନୁଷ୍ଠିତ ହେବ। ଏହି ବୈଠକକୁ ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିରର ଉପମୁଖ୍ୟ ପ୍ରଶାସକ ଦିବ୍ୟଜ୍ୟୋତି ପରିଡ଼ା ଅଧ୍ୟକ୍ଷତା କରିବେ। ବୈଠକରେ ଛତିଶା ନିଯୋଗର ସମସ୍ତ ସେବାୟତ ପ୍ରତିନିଧି,ଏସପି ପ୍ରତୀକ ସିଂ, ଶ୍ରୀମନ୍ଦିର ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକଙ୍କ ସହିତ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାର ମାନେ ଉପସ୍ଥିତ ରହିବେ।

ଆସନ୍ତା ୭ ତାରିଖରେ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଶ୍ରୀମନ୍ଦିରର ନୀତି ନିର୍ଘଣ୍ଟ ଚୂଡାନ୍ତ ହେବ। ସଭାପତିଙ୍କ ଅନୁମୋଦନ କ୍ରମେ ଅନ୍ୟାନ୍ୟ ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ। ସେହିପରି ଆସନ୍ତା ୧୫ ତାରିଖରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ ସରକାର ଲକ୍ଷ୍ୟ ରଖିଯାଇଛି। ତେଣୁ ଶ୍ରୀମନ୍ଦିରରେ ଏହି ବ୍ୟବସ୍ଥା କିଭଳି କାର୍ଯ୍ୟକାରୀ କରାଯାଇ ପାରିବ ସେ ନେଇ ମଧ୍ୟ ଆଲୋଚନା ହେବ। ଏଥିସହ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ଅଳଙ୍କାର ମଣତିଗଣିତି ନେଇ ତାରିଖ ଧାର୍ଯ୍ୟ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!