Masthead

ଫେରିବାବେଳେ ବାଟରେ ଜଗିଥିଲା ଯମ, ନେଇଗଲା ୧୧ ଜୀବନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୧୧ ଜଣଙ୍କ ଜୀବନ ଚାଲିଯାିଇଥିବାବେଳେ ଏଥିସହିତ ୨୦ ଜଣ ଯାତ୍ରୀ ଆହତ ମଧ୍ୟ ହୋଇଛନ୍ତି । ସୂଚନା ମୁତାବକ, ଛତିଶଗଡ଼ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟି ୧୧ ଜଣ ଲୋକ ପ୍ରାଣ ହରାଇଛନ୍ତି । ଏଥିସହିତ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ଭାଟାପାରା ଓ ବଲୌଦା ବଜାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଭାଟାପାରାରେ ବିଳମ୍ବିତ ରାତ୍ରିରେ ଟ୍ରକ-ପିକଅପ ମଧ୍ୟରେ ଧକ୍କା ହେବା କାରଣରୁ ଏହି ଦୁର୍ଘଟଣା ଘଟିଥିଲା । ଭାଟାପାରା ଗ୍ରାମୀଣ ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଏକ୍ ପାରିବାରିକ କାର୍ଯ୍ୟକ୍ରମ ସାରି ଫେରୁଥିବା ପିକଅପକୁ ଦ୍ରୁତଗତିରେ ଆସୁଥିବା ଟ୍ରକ ଧକ୍କା ଦେଇଥିଲା । ମୃତକଙ୍କ ମଧ୍ୟରେ କିଛି ଶିଶୁ ରହିଥିବା ବେଳେ ପୀଡ଼ିତମାନେ ପରସ୍ପର ସମ୍ପର୍କୀୟ ବୋଲି କୁହାଯାଉଛି । ଖବର ପାଇ ଏସଆଇ ସଞ୍ଜିବ ସିଂହ ରାଜପୁର ଘଟଣାସ୍ଥଳରେ ପହଞ୍ଚିଥିଲେ । ଏହାପରେ ଆହତ ଓ ମୃତକଙ୍କ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ