Masthead

ଭୋଟ ଦେଉଛି ଛତିଶଗଡ଼ ଓ ମିଜୋରାମ

ଛତିଶଗଡ଼(ବଡ଼ ଖବର ବ୍ୟୁରୋ): ଆଜି ଛତିଶଗଡ ଓ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ । ଏଥିପାଇଁ ଉଭୟ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୨୦ଟି ସିଟ୍ ପାଇଁ ଚାଲିଛି ମତଦାନ । ବସ୍ତର, ଜଗଦଲପୁର ଓ ଚିତ୍ରକୋଟ ସମେତ ନାରାୟଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ବୁଥ ପ୍ରସ୍ତୁତ ହୋଇଛି । ମାଓ ଇଲାକାର ମୋଟ ୧୨ଟି ନିର୍ବାଚନ ମଣ୍ଡଳୀରେ ୨୯୦୦ଟି ବୁଥ ହୋଇଛି । ଅତି ସମ୍ବେଦନଶୀଳ ଦେଢ ଶହ ବୁଥକୁ ହେଲିକପ୍ଟରରେ ପୋଲିଂ ଟିମ୍ ନିୟୋଜିତ ଅଛନ୍ତି ।

ପ୍ରଥମଥର ପାଇଁ ୧୨୬ଟି କେନ୍ଦ୍ରରେ ଲୋକେ ନିଜ ଅଞ୍ଚଳରେ ମତଦାନ ସାବ୍ୟସ୍ତ କରିବେ । ନକ୍ସଲ ଗଡ କୁହାଯାଉଥିବା କେବଳ ବସ୍ତର ଅଞ୍ଚଳରେ ପ୍ରାୟ ୬୦ ହଜାର ସୁରକ୍ଷା କର୍ମୀ ମୁତୟନ ହୋଇଛନ୍ତି । ଏଥିମଧ୍ୟରେ ୪୦ ହଜାର ସିଏପିଏଫ ଏବଂ ୨୦ ହଜାର ରାଜ୍ୟ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି । ନକ୍ସଲ ଦମନ ପାଇଁ କୋବ୍ରା ବାହିନୀ ସହ ମହିଳା କମାଣ୍ଡୋ ମଧ୍ୟ ନିୟୋଜିତ ହୋଇଛନ୍ତି । ସେପଟେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ ଥିବା ବେଳେ ଅବଶିଷ୍ଟ ଆସନ ପାଇଁ ଆସନ୍ତା ୧୭ ରେ ମତଦାନ ହେବ ।

ଅନ୍ୟପଟେ ମିଜୋରାମରେ ମଧ୍ୟ ଆଜି ଚାଲିଛି ମତଦାନ । ମୋଟ ୪୦ ଆସନ ପାଇଁ ହେଉଛି ଭୋଟିଂ । ୮ ଲକ୍ଷ ୫୨ ହଜାରରୁ ଅଧିକ ଭୋଟର ସେମାନଙ୍କ ମତସାବ୍ୟସ୍ତ କରିବେ । ମୈଦାନରେ ବିଭିନ୍ନ ରାଜନୈତିକ ଦଳରୁ ୧୭୪ ପ୍ରାର୍ଥୀ ଅଛନ୍ତି । ୧୨୭୬ ପୋଲିଂ ବୁଥ କରାଯାଇଛି । ସେଥିରୁ ୩୦ଟି ବୁଥ୍ ଅତି ସମ୍ବେଦନଶୀଳ ରହିଛି । ପ୍ରାୟ ୫ ହଜାର ପୁଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି ।

ଛତିଶଗଡ଼ ସୁକମାରେ ନିର୍ବାଚନ ଆରମ୍ଭ ହେଉ ହେଉ ଘଟିଛି ହିଂସାକାଣ୍ଡ । ସୁକମାର ଟୋଣ୍ଡାମରକା ଅଞ୍ଚଳରେ ନକ୍ସଲମାନଙ୍କ ଦ୍ୱାରା ଆଇଡି ବ୍ଲାଷ୍ଟ ହୋଇଥିବା ବେଳେ ସିଆରପିଏଫର ଜଣେ କୋବ୍ରା ବଟାଲିଅନ ଯବାନ ଆହତ ହୋଇଛନ୍ତି। ଯବାନଜଣକ ନିର୍ବାଚନ ଡ୍ୟୁଟିରେ ମୁତୟନ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି