Masthead

କାଲି ଛତିଶଗଡ଼ ବିଧାନସଭା ନିର୍ବାଚନ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଛତିଶଗଡ଼ ବିଧାନସଭା ନିର୍ବାଚନ । ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ପାଇଁ ସରିଛି ପ୍ରଚାର । ୯୦ ଆସନ ବିଶିଷ୍ଟ ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନରେ ମତଦାନ କରିବେ ଭୋଟର୍ । ଅବିଭକ୍ତ ବସ୍ତର ଓ ରାଜନନ୍ଦଗାଓ ମାଓ ପ୍ରବଣ ଅଞ୍ଚଳ ହୋଇଥିବାରୁ, ଭୋଟିଂ ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାଓ ଗତିବିଧି ଉପରେ କଡ଼ା ନଜର ରଖାଯାଇଛି । ବିଭିନ୍ନ ସ୍ଥାନରେ ଯବାନଙ୍କ ପକ୍ଷରୁ କମ୍ବିଂ ଅପରେସନ୍ ଜାରି ରହିଛି ।

ଆସନ୍ତା ୧୭ରେ ଛତିଶଗଡ଼ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ । ଡିସେମ୍ବର ୩ ରେ ଭୋଟ ଗଣତି ହେବ ବୋଲି ଜଣା ପଡ଼ିଛି । କଂଗ୍ରେସ ପୁଣି କ୍ଷମତାକୁ ଆସିଲେ କ୍ୱିଣ୍ଟାଲ ପିଛା ୩୨୦୦ ଟଙ୍କାରେ ଧାନ କିଣା ଯିବ ବୋଲି ଘୋଷଣା କରିଛି । ଏହା ସହ ସମସ୍ତ ଉପଭୋକ୍ତାଙ୍କୁ ମାସିକ ୨୦୦ ୟୁନିଟ ମାଗଣାରେ ଦିଆଯିବ । କୃଷି ଋଣ ମଧ୍ୟ ଛାଡ କରାଯିବ । ଏକର ପିଛା ୨୦ କ୍ୱିଣ୍ଟାଲ ଧାନ କ୍ରୟ କରାଯିବ । ସିଲିଣ୍ଡର ପିଛା ୫୦୦ ଟଙ୍କା ସବସିଡି ମାଗଣାରେ ମିଳିବ । ଛତିଶଗଡ଼ରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେବ । ଆସନ୍ତା ୭ରେ ପ୍ରଥମ ପର୍ଯ୍ୟାୟ ଏବଂ ୧୭ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ଲାଗି ଭୋଟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ