Masthead

ଛତିଶଗଡ଼ ଏନକାଉଣ୍ଟର: ୨୧ ଯବାନଙ୍କ ମିଳୁନି ପତ୍ତା

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ବିଜାପୁର ଜିଲ୍ଲାରେ ସୁରକ୍ଷାବାହୀନି ଓ ନକ୍ସଲଙ୍କ ମଧ୍ୟରେ ହୋଇଥିଲା ଗୁଳିବିନିମୟ । ଏଥିରେ ୫ଜଣ ସୁରକ୍ଷାକର୍ମୀ ସହିଦ ହୋଇଥିବା ବେଳେ ୧୫ ଯବାନ ଆହତ ହୋଇଥିଲେ। ବିଜାପୁର ଜିଲ୍ଲା ମୁଖ୍ୟାଳୟ ଠାରୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ସିଲିଗଡ଼ ଗ୍ରାମ ନିକଟ ଜୋନାଗୁଡ଼ା ଜଙ୍ଗଳରେ ନକ୍ସଲମାନେ କ୍ୟାମ୍ପ୍ କରି ରହିଥିବା ଗୁଇନ୍ଦା ବିଭାଗରୁ ସୂଚନା ମିଳିଥିଲା । ଏହାପରେ କୋବ୍ରା ବଟାଲିଅନ୍, ଡିଆରଜି ଓ ସିଆରପିଏଫ ବାହିନୀର ଯବାନମାନେ ମିଳିତ ଭାବେ କୁମ୍ବିଂ ଅପରେସନ କରିଥିଲେ ।

ଯବାନଙ୍କୁ ଦେଖି ନକ୍ସଲମାନେ ଗୁଳି ଚାଳନା କରିବା ପରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ପରସ୍ପର ଗୁଳିବିନିମୟରେ ୫ଜଣ ସୁରକ୍ଷାମକର୍ମୀ ସହିଦ ହୋଇଥିବା ବେଳେ ୧୫ ଯବାନ ଆହତ ହୋଇଛନ୍ତ। କିନ୍ତୁ ଏବେ ୨୧ ଯବାନଙ୍କ ଏଯାଏଁ ପତ୍ତା ମିଳୁନି । ଶନିବାର ୩ ଘଣ୍ଟା ଧରି ଚାଲିଥିଲା ଜୋରଦାର ଗୁଳିବିନିମୟ । ପୋଲିସ ଅଧିକାରୀଙ୍କ ସୂଚନା ଅନୁସାରେ, ଜଣେ ମହିଳା ନକ୍ସଲଙ୍କ ମୃତଦେହ ଜବତ ହୋଇଛି । ରାଜ୍ୟରେ ନକ୍ସଲ ବିରୋଧୀ ଅଭିଯାନର ପୋଲିସ ଉପ ମହାନୀରିକ୍ଷକ ଓ.ପି ପୋଲ କହିଛନ୍ତି ଜଂଗଲରେ ସୁରକ୍ଷାବାହିନୀର ଯବାନମାନେ ସର୍ଚ୍ଚ ଅପରେସନରେ ବାହାରିଥିଲେ ।

ସେହି ସମୟରେ ନକ୍ସଲମାନେ ମୋଟର ଲଂଚର ଓ ଅତ୍ୟାଧୁନିକ ଅସ୍ତ୍ର ମାଧ୍ୟମରେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ୫ ଜଣ ଯବାନ ସହିଦ ହୋଇଥିଲେ । ଏହା ପରେ ପାଖାପାଖି ୧୫୦୦ ଯବାନଙ୍କୁ ନକ୍ସଲ ଦମନ ବିରୋଧୀ ଅଭିଯାନରେ ସାମିଲ କରାଯାଇଛି । ସେପଟେ ୫ ଯବାନ ସହୀଦ ହେବା ଘଟଣାରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଟୁଇଟ କରି ମୋଦି କହିଛନ୍ତି, ତାଙ୍କାର ବଳିଦାନକୁ କେବେ ଭୁଲିହେବ ନାହିଁ । ଛତିଶଗଡ଼ରେ ମାଓବାଦୀଙ୍କ ସହ ଲଢ଼େଇ କରି ସହିଦ ହୋଇଥିବା ଯବାନଙ୍କ ପ୍ରତି ମୋର ସମବେଦନା ରହିଛି । ଗୁରୁତର ଯବାନମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ, ତାହା ହିଁ ପ୍ରାର୍ଥନା କରୁଛି ବୋଲି ମୋଦି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା