Masthead

ଛେନାପୋଡ଼ ଦିବସ, ଜିଆଇ ଟ୍ୟାଗ ମାନ୍ୟତା ଦାବି

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ) : ଆଜି ବିଶ୍ୱ ଛେନାପୋଡ଼ ଦିବସ । ନୟାଗଡ଼ ଛେନାପୋଡ଼ର ସ୍ରଷ୍ଟା କୁହାଯାଉଥିବା ସୁଦର୍ଶନ ସାହୁଙ୍କ ଜନ୍ମ ଦିନକୁ ବିଶ୍ୱ ଛେନାପୋଡ଼ ଦିବସ ରୂପେ ପ୍ରତିବର୍ଷ ପାଳନ କରୁଛନ୍ତି ବିଭିନ୍ନ ଅନୁଷ୍ଠାନ । ସ୍ୱେଚ୍ଛାସେବୀ ଅନୁଷ୍ଠାନ ହେଲପିଙ୍ଗହ୍ୟାଣ୍ଡ ପକ୍ଷରୁ ଏପ୍ରିଲ ୧୧କୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ ପାଇଁ ୨୦୨୨ ମସିହାରୁ ଆରମ୍ଭ ହୋଇଛି ଉଦ୍ୟମ । ଚଳିତ ବର୍ଷ ଏହି ଦିବସକୁ ବ୍ୟାପକ ଭାବରେ ପାଳନ କରାଯାଉଛି । ସରକାରୀ ଭାବରେ ଏହାକୁ ପାଳନ ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନ ଜୋରଦାର ପ୍ରସ୍ତୁତି କରିଛି । ସରକାରୀ କାର୍ଯ୍ୟାଳୟରେ ଛେନାପୋଡ କେକ୍ କାଟି ପାଳନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ନୟାଗଡ଼ ଜିଲ୍ଲା ଦଶପଲ୍ଲା ସାତପାଟଣାର ମୂଳବାସିନ୍ଦା ହେଉଛନ୍ତି ବିଦ୍ୟାଧର ଓ ସୁଦର୍ଶନ। ଜାତିରେ ଗୁଡ଼ିଆ ହୋଇଥିବାରୁ ମିଠା ପ୍ରସ୍ତୁତି ତଥା ବ୍ୟବସାୟ କରୁଥିଲେ । କେହି କେହି, ସୁଦର୍ଶନଙ୍କ ବାପା ବିଦ୍ୟାଧର ସାହୁ ସ୍ରଷ୍ଟା ବୋଲି କହିଥାନ୍ତି । ନୟାଗଡ଼ ର ଛେନାପୋଡ଼ ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ଦେଇଛି । ନୟାଗଡ଼ ଛେନାପୋଡ଼କୁ ଜିଆ ଟ୍ୟାଗ ମାନ୍ୟତା ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବେଦନ କରାଯାଇଛି । ନୟାଗଡ଼ ବିଧାୟକ ଅରୁଣ ସାହୁ ମଧ୍ୟ ଛେନାପୋଡ଼କୁ ଭୌଗୋଳିକ ମାନ୍ୟତା ପାଇଁ ଏମଏସଏମଇ ମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଛନ୍ତି । ସେହିପରି ନୟାଗଡ଼ର ମଧୁବୈଶ୍ୟ ସମାଜ ଆଦି ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କ ନିକଟରେ ଜିଆଇ ଟ୍ୟାଗ ପାଇଁ ଦାବୀ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା