Masthead

ଝାଡଖଣ୍ଡ ଟାଇଗରରୁ ମୁଖ୍ୟମନ୍ତ୍ରୀ

ଝାଡଖଣ୍ଡ (ବଡ଼ ଖବର ବ୍ୟୁରୋ): ଚମ୍ପଇ ସୋରେନ୍ ହେବେ ଝାଡ଼ଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଆଉ ସେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ବିଧାୟକ ଦଳର ନେତା ହେବା ପରେ ଗୁରୁବାର ରାତିରେ ରାଜ୍ୟପାଳ ସିପି ରାଧାକୃଷ୍ଣଙ୍କୁ ଭେଟି ସରକାର ଗଠନ କରିବାକୁ ଦାବି କରିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ଆଉ କେତେ ଜଣ ଶପଥ ନେବେ, ସେ ନେଇ କୌଣସି ସୂଚନା ମିଳିନାହିଁ । ରାଜନୈତିକ ସଙ୍କଟ ଭିତରେ ଚମ୍ପଇଙ୍କୁ ସରକାର ଗଢ଼ିବା ଲାଗି ରାଜ୍ୟପାଳ ସି.ପି ରାଧାକ୍ରିଷ୍ଣନ ଆମନ୍ତ୍ରଣ କରିଛନ୍ତି।

ଆଜି ଶପଥ ଗ୍ରହଣ ଉତ୍ସବ ହେବାକୁ ଥିବା ବେଳେ ୧୦ ଦିନ ଭିତରେ ଚମ୍ପଇଙ୍କୁ ବହୁମତ ପ୍ରମାଣ କରିବାକୁ ପଡ଼ିବ। ସେପଟେ ଝାଡ଼ଖଣ୍ଡରେ ରିସର୍ଟ ପଲିଟିକ୍ସ ସାମ୍ନାକୁ ଆସିଛି। ଘୋଡ଼ା ବେପାର ଆଶଙ୍କାରେ ମହାଗଠବନ୍ଧନର ବିଧାୟକମାନଙ୍କୁ ରାଞ୍ଚିରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଉଥିଲା। ରାଜ୍ୟପାଳଙ୍କୁ ଚମ୍ପଇ ସୋରେନ ଭେଟିବା ପରେ ବିଧାୟକମାନେ ରାଞ୍ଚି ବିମାନବନ୍ଦରରେ ଏକାଠି ହୋଇଥିଲେ। ମେଣ୍ଟ ତା’ର ବିଧାୟକମାନଙ୍କୁ ଝାଡଖଣ୍ଡ ବାହାରକୁ ପଠାଇବାକୁ ଯୋଜନା କରୁଥିବାବେଳେ ପାଗ ସାଜିଥିଲା ବାଧକ।

‘ଲୋ ଭିଜିବିଲିଟି’ ପାଇଁ ବିମାନଟି ରାଞ୍ଚି ବିମାନ ବନ୍ଦରରୁ ଉଡାଣ ଆରମ୍ଭ କରି ପାରିନଥିଲା। ପରେ ବିଧାୟକମାନେ ସର୍କିଟ ହାଉସରେ ରହିଛନ୍ତି। ରାଜ୍ୟରେ ରାଜନୈତିକ ଅସ୍ଥିରତା ମଧ୍ୟରେ ରାଜ୍ୟପାଳ ଝାଡ଼ଖଣ୍ଡ ବିଧାୟକ ଦଳର ନେତା ଚମ୍ପଇ ସୋରେନଙ୍କୁ ସନ୍ଧ୍ୟା ୫ଟା ୩୦ରେ ରାଜ ଭବନକୁ ଡାକିଥିଲେ। ୫ଜଣ ଜେଏମଏମ ବିଧାୟକ ରାଜ୍ୟପାଳଙ୍କୁ ଭେଟିଥିଲେ । ବୁଧବାର ହେମନ୍ତ ସୋରେନ ଗିରଫ ହେବାର ଠିକ ପୂର୍ବରୁ ଚମ୍ପଇ ସୋରେନ ବିଧାୟକ ଦଳର ନେତା ଭାବରେ ନିର୍ବାଚିତ ହୋଇଥିଲେ। ଏହା ପରେ ଚମ୍ପଇ ଗୁରୁବାର ରାଜ୍ୟପାଳଙ୍କୁ ଭେଟିବା ପାଇଁ ସମୟ ମାଗିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା