ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମ ଶତବାର୍ଷିକୀ । ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମ ଶତବାର୍ଷିକୀ। ତାଳଚେର ଗୁରୁଜାଙ୍ଗରେ ଅନୁଷ୍ଠିତ ହେବ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଜନ୍ମ ଶତବାର୍ଷିକୀ ମହୋତ୍ସବ। ଏଥିରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ମନ୍ତ୍ରିମଣ୍ଡଳର ବହୁ ସଦସ୍ୟ, ବିଧାୟକ ଓ ସାଂସଦମାନେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

ଗୁରୁଜାଙ୍ଗରେ ଆୟୋଜିତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମଶତବାର୍ଷିକୀ ମହୋତ୍ସବରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପହଞ୍ଚିବେ। ମହୋତ୍ସବର ଉଦ୍‌ଘାଟନ କରିବା ସହ ଏହି ଅବସରରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ମହୋତ୍ସବରେ ବହୁ ସାଧୁସନ୍ଥଙ୍କ ସମାଗମ ହେବା ସହ ୨୦ ହଜାରରୁ ଅଧିକ ଲୋକଙ୍କ ଭିଡ଼ ହେବାର ଆକଳନ କରାଯାଉଛି। ବିପୁଳ ଜନସମାଗମ ଏବଂ ମୁଖ୍ୟମନ୍ତ୍ରୀଙ୍କ ଭଳି ଭିଭିଆଇପିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ ଭାବେ ସୁଦୃଢ଼ କରାଯାଇଛି। ମହୋତ୍ସବକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ସ୍କୁଲ ଛାତ ଭୁଶୁଡ଼ି ୧୮ ମୃତ 🔴 ଆଜି ୬ ହଜାର ୮୯୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା 🔴 ପୁଣି ବର୍ଷା ସମ୍ଭାବନା 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ