Masthead

ଧରଣୀଧର ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର(ବଡ଼ ଖବର ବ୍ୟରୋ): କେନ୍ଦୁଝରରେ ପ୍ରତିଷ୍ଠିତ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଜିଲ୍ଲାର ବିକାଶମୂଳକ କାମ ପାଇଁ ବଡ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୪୭୦୩କୋଟି ମୂଲ୍ୟର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୧୪୩୭୨ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ୩୭୮ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରିଛନ୍ତି ।

ଏହାଦ୍ୱାରା ୧ଲକ୍ଷ ୫୮ ହଜାର ୬୫୫ ଜଣ ମହିଳା ସ୍ୱାବଲମ୍ବୀ ହେବା ଦିଗରେ ଆଗକୁ ବଢିବେ । ଏହାବାଦ ମୁଖ୍ୟମନ୍ତ୍ରୀ ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର ଲୋକାର୍ପଣ କରିଛନ୍ତି । ୨୦୧୬ ମସିହାରେ ମେଡିକାଲ କଲେଜର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଧରଣୀଧର କଲେଜରେ ୨୫ଟି ବ୍ଲକ ଓ ୧୮ଟି କୋଠା ନିର୍ମାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ