Before Header

ଲକ୍ଷ୍ମୀବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0 28

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରିରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରି ମୁଁ ବହୁତ ଖୁସି କହିଲେ ମୁଖ୍ୟମନ୍ତ୍ରୀ । ଉଦବୋଧନରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମାଲକାନଗିରି ସହ ମୁଁ ସବୁବେଳେ ରହିଛି ।

ମାଲକାନଗିରି ଓଡିଶା ବିକାଶର ଲଞ୍ଚିଂ ପ୍ୟାଡ । ମାଲକାନଗିରିରୁ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନାର ଶୁଭାରମ୍ଭ କରିଥିଲି । ଗୁରୁପ୍ରିୟା ସେତୁ ମାଲକାନଗିରି ବିକାଶର ମାଇଲଖୁଣ୍ଟ । ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ । ଗଜପତି ଓ କନ୍ଧମାଳରେ ମଧ୍ୟ ଆରମ୍ଭ ହେଲା ଯୋଜନା । ପର୍ଯ୍ୟାୟକ୍ରମେ ସାରା ରାଜ୍ୟରେ ଗଡିବ ଲକ୍ଷ୍ମୀ ବସ୍ ।

Leave A Reply

Your email address will not be published.