Masthead

ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ରଥଯାତ୍ରା ପାଇଁ କରିଲେ ନିମନ୍ତ୍ରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ କନକ ବର୍ଦ୍ଧନ ସିଂହଦେଓ। ଓଡ଼ିଶାରେ ବିଜେପି ସରକାର ଗଠନ ପରେ ପ୍ରଥମ ଦିଲ୍ଲୀ ଗସ୍ତରେ ଯାଇ ଗତକାଲି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଉଭୟ ରାଷ୍ଟ୍ରପତି ଓ ଉପ ରାଷ୍ଟ୍ରପତିଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରସିଦ୍ଧ ରଥ ଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିବାକୁ ଅନୁରୋଧ କରିଛନ୍ତି।

ଏଥିସହ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ସୂଚନା ରହିଛି। ଶପଥ ଗ୍ରହଣ ଉତ୍ସବକୁ ପ୍ରଧାନମନ୍ତ୍ରୀ ନିଜେ ଆସିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ଜଣାଇଥିଲେ।।ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ମଧ୍ୟ କରିଥିଲେ। ଆଲୋଚନାରେ ଏକ ବିକଶିତ ଓଡିଶା ଗଠନ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଆଯାଇଛି। ୨୦୩୬ ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ ମ୍ୟାପ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ