Masthead

ମୁଣ୍ଡିଆ ମାରିଲେ, ଲୋକସେବା ଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠାରୁ ଲୋକସେବା ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂଜାର୍ଚ୍ଚନା ପରେ ଲୋକସେବା ଭବନରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ।

ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ସଜେଇ ହୋଇଛି ଲୋକସେବା ଭବନ ପରିସର। ବିଭିନ୍ନ ରଙ୍ଗ ବେରଙ୍ଗ ଫୁଲ ଓ ରଙ୍ଗୋଲିରେ ଲୋକସେବା ଭବନକୁ ସଜା ଯାଇଛି। ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲି କାମ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା। ଆଜି ସେହି ପ୍ରକୋଷ୍ଠକୁ ଯାଇଛନ୍ତି ମୋହନ ମାଝୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ