Masthead

ପ୍ରତିଦିନ ୩ଟାରୁ ୫ଟା, ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୋହନ ସରକାରଙ୍କ ବଡ଼ ପଦକ୍ଷେପ । ଏଣିକି ଲୋକଙ୍କ କଥା ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକେ ସିଧାସଳଖ ତାଙ୍କ ଗୁହାରି ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ । ପ୍ରତିଦିନ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ସମୟ ନିଘଣ୍ଟ ହୋଇଛି । କାର୍ଯ୍ୟାଳୟରେ ଲୋକଙ୍କ ଅଭିଯୋଗ ଶୁଣିବେ । ଭୁବନେଶ୍ୱରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନା ଯୋଗ୍ୟ ଯେ ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ନବୀନ ସରକାରରେ ଅଭିଯୋଗ ଶୁଣାଣି ବନ୍ଦ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ