ବ୍ରହ୍ମପୁର ଓ ନବରଙ୍ଗପୁରରେ ମୋଦି, କଳାହାଣ୍ଡିରେ ଭୋଟ ମାଗିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ । କଳାହାଣ୍ଡି ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ଖଡ଼ିଆଳ ଓ ଭବାନୀପାଟଣାରେ ସେ ଦୁଇଟି ସାଧାରଣ ସଭାରେ ଯୋଗ ଦେବେ । ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦକ୍ଷିଣ ଓଡ଼ିଶାର ୪ଟି ସ୍ଥାନରେ ମାରାଥନ ନିର୍ବାଚନ ପ୍ରଚାର କରିଥିଲେ ।

ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ଭବାନୀପାଟଣାରେ ପହଞ୍ଚିବେ । ଏହାପରେ ଶ୍ରୀକ୍ରିଷ୍ଣାନଗର ପଡ଼ିଆରେ ଜନସଭା ସମ୍ବୋଧନ କରିବେ । ସେପଟେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି ପାଇଁ ପ୍ରଚାର କରିବେ । ପ୍ରଧାନମନ୍ତ୍ରୀ ମୋଦି ଆଜି ବ୍ରହ୍ମପୁର କନିଷି ଓ ନବରଙ୍ଗପୁରରେ ନିର୍ବାଚନୀ ସଭାରେ ଉଦବୋଧନ ଦେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’