Masthead

ଦିଲ୍ଳୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୪ ଦିନିଆ ଦିଲ୍ଳୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ସେମିକନ୍ ସମ୍ମିଳନୀ କାର୍ଯ୍ୟକ୍ରରେ ହେବେ ସାମିଲ୍ । ଆସନ୍ତା ୩ ଓ ୪ ତାରିଖରେ ଜିଏସଟି କାଉନସିଲ ବୈଠକରେ ମଧ୍ୟ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେହିପରି ଦଳର କିଛି ଶୀର୍ଷ ନେତୃତ୍ବଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ । ଆଜି ନୂଆଦିଲ୍ଲୀର ଆଇଆଇସିସିଠାରେ ହେବାକୁ ଥିବା ଜାତୀୟ ସେମିକନ୍ ସମ୍ମିଳନୀରେ କିପରି ଭାରତକୁ ସେମିକଣ୍ଡକ୍ଟର ପାୱାର ହାଉସ୍ କରାଯାଇପାରିବ ସେନେଇ ଶୀର୍ଷସ୍ତରର ବୈଠକ ଅନୁଷ୍ଠିତ ହେବ ।

ତିନି ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ। ଏଥିସହ କେନ୍ଦ୍ରମନ୍ତ୍ରୀ ଅଶ୍ବୀନି ବୈଷ୍ଣବ ଓ ଜିତିନ ପ୍ରସାଦ ମଧ୍ୟ ଯୋଗ ଦେବେ। ସେମିକଣ୍ଡକ୍ଟର ଶିଳ୍ପ କ୍ଷେତ୍ରରେ ଓଡ଼ିଶାରେ ପର୍ଯ୍ୟାପ୍ତ ନିବେଶ ସୁଯୋଗ ରହିଥିବାରୁ ଏଥିରେ ସାମିଲ ହୋଇ କିପରି ଓଡ଼ିଶା ଭାଗିଦାରୀ ହୋଇପାରିବ ସେନେଇ ପ୍ରସ୍ତାବ ରଖିପାରେ ଓଡ଼ିଶା । ସେହିପରି ଦୁଇ ଦିନିଆ ଜିଏସଟି କାଉନସିଲ ବୈଠକରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା