Masthead

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବଶୀଘ୍ର ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବ । ଆଜି ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ମହାପଭୁଙ୍କୁ ପ୍ରଣାମ କରି ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତିମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ।

ପ୍ରକଳ୍ପ କାର୍ୟ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ୟ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ୟ୍ୟ ଚାଲୁ ରହିଛି । ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, , ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବିଏମ୍‌ସି କମିଶନର ପ୍ରେମଚାନ୍ଦ ଚୌଧୁରୀ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ