Masthead

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବଶୀଘ୍ର ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବ । ଆଜି ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ମହାପଭୁଙ୍କୁ ପ୍ରଣାମ କରି ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତିମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ।

ପ୍ରକଳ୍ପ କାର୍ୟ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ୟ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ୟ୍ୟ ଚାଲୁ ରହିଛି । ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, , ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବିଏମ୍‌ସି କମିଶନର ପ୍ରେମଚାନ୍ଦ ଚୌଧୁରୀ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ