ପଶ୍ଚିମ ଓଡ଼ିଶା ଗସ୍ତରେ ମୁଖ୍ୟମନ୍ତ୍ରୀ

ବରଗଡ଼ (ବଡ଼ ଖବର ବ୍ୟୁରୋ): ଆଜି ପଶ୍ଚିମ ଓଡ଼ିଶା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ପାଇଁ ସବୁ ପ୍ରସ୍ତୁତି ସରିଛି । ବରଗଡ଼, ନୂଆପଡା, କଳାହାଣ୍ଡି ଜିଲ୍ଲା ଗସ୍ତ କରିବା ସହ ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ଡାକୋଟା ବିମାନର ଉନ୍ମୋଚନ ପରେ ମୁଖ୍ୟମନ୍ତ୍ରୀ ବରଗଡ଼ ଗସ୍ତରେ ଯିବେ । ଯାହା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଡାକୋଟାର ଉନ୍ମୋଚନ ପରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦର ପରିସରରେ ଭୁବନେଶ୍ୱର-ରଙ୍ଗେଇଲୁଣ୍ଡା ବିମାନ ସେବାକୁ ମଧ୍ୟ ଶୁଭାରମ୍ଭ କରିବେ ।

ସକାଳ ୯ ଟା ୪୦ ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ବରଗଡ ଗସ୍ତରେ ଯିବେ । ବରଗଡ଼ ଜିଲ୍ଲା ପଦ୍ମପୁର ସତୀଭାଟ ଏୟାରଷ୍ଟ୍ରିପରେ ପହଂଚିବେ । ସେଠାରୁ ହେଲିକ୍ୟାପ୍ଟର ଯୋଗେ ସୋହେଲାର ହଳଦୀପଲ୍ଲୀ ଗାଁକୁ ଯିବେ । ସେଠାରେ ବରଗଡ଼ ଜିଲ୍ଲା ପାଇଁ ୨୩୪ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିବେ ନବୀନ । ଏଥିସହ ସାଧାରଣ ସଭାରେ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ