Masthead

ବଜେଟ ପ୍ରସ୍ତୁତି ଆରମ୍ଭ କରିବାକୁ ଅର୍ଥ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଫୋକସରେ ଇସ୍ତାହାର ଓ ବଜେଟ । ଇସ୍ତାହାର ପୂରଣ କରିବାକୁ ବିଭାଗମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ବଜେଟ ପ୍ରସ୍ତୁତି ଆରମ୍ଭ କରିବାକୁ ଅର୍ଥ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଚାରୋଟି ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଭାଗର କାର୍ୟ୍ୟକାରୀତା ସମ୍ପର୍କରେ ବିଭାଗୀୟ ସଚିବ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅବଗତ । ଗୃହ, ଅର୍ଥ, ଜଳ ସମ୍ପଦ ଓ ଯୋଜନା ଓ ସଂଯୋଜନା ବିଭାଗର ଅଧିକାରୀ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ବଜେଟ ପ୍ରସ୍ତୁତି ଆରମ୍ଭ କରିବାକୁ ଅର୍ଥ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସରକାରରେ ଚାଷୀଙ୍କୁ ଅଧିକ ଫୋକସ କରାଯାଇଛି ।

ତେଣୁ ଚାଷ ଜମିକୁ ପାଣି ଯୋଗାଇ ଦେବା ଏବଂ ମୌସୁମୀକୁ ଆଖି ଆଗରେ ରଖି ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ଲୋକେ କିଭଳି ଭାବେ ବିଭିନ୍ନ ଯୋଜନାରୁ ଉପକୃତ ହେବେ ତାହା ଉପରେ ଧ୍ୟାନ ଦେବାକୁ କୁହାଯାଇଛି । ନିର୍ବାଚନ ସମୟରେ ସରକାରୀ ଦଳ ପକ୍ଷରୁ ଜାରି କରାଯାଇଥିବା ଇସ୍ତାହାରକୁ କିଭଳି ଭାବେ ପୂରଣ କରାଯିବ ତାକୁ ଅନୁଧ୍ୟାନ କରି ଖସଡ଼ା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ 🔴 ‘ବିଶ୍ବାସଘାତକତାର ଜବାବ ଦେବାକୁ ପ୍ରସ୍ତୁତ ହେଉଛନ୍ତି ନୂଆପଡ଼ାବାସୀ’ 🔴 ବାପାଙ୍କୁ ଦେଖିବାକୁ ଆସିନଥିଲେ ଆଉ ଏବେ ଭୋଟ ପାଇଁ… 🔴 ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ 🔴 ଖସିଲା ରାତି ତାପମାତ୍ରା, ବଢ଼ିବ ଶୀତ ପ୍ରକୋପ 🔴 ପଦ୍ମ ଧରିଲେ ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ 🔴 ଶ୍ରୀମୟୀଙ୍କ ଟାଇଟନିକ୍‌ ବାଣ 🔴 ପୁଣି ଖଟିଆରେ ବୁହା ଗର୍ଭବତୀ 🔴 ଭୟଙ୍କର ଦୁର୍ଘଟଣା, ୧୭ ମୃତ୍ୟୁ 🔴 ବିଜେପିରେ ମିଶିପାରନ୍ତି ଅମର ପଟ୍ଟନାୟକ 🔴 ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ 🔴 ‘ବିଶ୍ବାସଘାତକତାର ଜବାବ ଦେବାକୁ ପ୍ରସ୍ତୁତ ହେଉଛନ୍ତି ନୂଆପଡ଼ାବାସୀ’ 🔴 ବାପାଙ୍କୁ ଦେଖିବାକୁ ଆସିନଥିଲେ ଆଉ ଏବେ ଭୋଟ ପାଇଁ… 🔴 ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀ-ନୃସିଂହ ବେଶ 🔴 ଖସିଲା ରାତି ତାପମାତ୍ରା, ବଢ଼ିବ ଶୀତ ପ୍ରକୋପ 🔴 ପଦ୍ମ ଧରିଲେ ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ 🔴 ଶ୍ରୀମୟୀଙ୍କ ଟାଇଟନିକ୍‌ ବାଣ 🔴 ପୁଣି ଖଟିଆରେ ବୁହା ଗର୍ଭବତୀ 🔴 ଭୟଙ୍କର ଦୁର୍ଘଟଣା, ୧୭ ମୃତ୍ୟୁ 🔴 ବିଜେପିରେ ମିଶିପାରନ୍ତି ଅମର ପଟ୍ଟନାୟକ