ବିରୋଧୀଙ୍କ ଦାବିକୁ ମୁଖ୍ୟମନ୍ତ୍ରୀଙ୍କ ଅଗ୍ରାହ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ । ପଞ୍ଜାବର ବିଜେପି ନେତାଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଅଭିଯୋଗ କରି ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସମେତ ରାଜ୍ୟର ବିଜେପି ନେତା ରାଜ୍ୟପାଳ ଶାସନ ଲାଗୁ କରିବାକୁ ଦାବି କରୁଥିବା ବେଳେ ଏହାକୁ ବିରୋଧ କରିଛନ୍ତି ଭଗବନ୍ତ ମାନ । ମୁଖ୍ୟମନ୍ତ୍ରୀ ମାନ ଓ ରାଜ୍ୟପାଳ ବନବାରୀଲାଲ ପୁରୋହିତଙ୍କ ମଧ୍ୟରେ ତାଳମେଳ ଠିକ୍‌ ନ ଥିବା ବେଳେ ରାଜ୍ୟରେ ବିଗୁଡ଼ିଥିବା ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ।

ଏହାପରେ ମାନ ଟ୍ୱିଟ କରିଛନ୍ତି, କ୍ୟାପଟେନ ଅମରିନ୍ଦର ସିଂଙ୍କ ସମେତ କଂଗ୍ରେସରୁ ଆସି ବିଜେପିରେ ସାମିଲ ହୋଇଥିବା ନେତା ଏବେ ରାଜ୍ୟପାଳ ଭବନ ଆଖପାଖରେ ବୁଲୁଥିବା ଦୃଶ୍ୟମାନ ହେଉଛନ୍ତି। ସେମାନେ ପଞ୍ଜାବରେ ରାଜ୍ୟପାଳ ଶାସନ ଲାଗୁ କରିବାକୁ ଚାହୁଁଛନ୍ତି। ପଞ୍ଜାବବାସୀ ଜାଣିଛନ୍ତି ଯେ, ସେମାନେ ସବୁବେଳେ ପଞ୍ଜାବୀ ବିରୋଧୀ । ଏହି ସମୟରେ ପଞ୍ଜାବ ବିଜେପି ନେତା ଫତେହ ଜଙ୍ଗ ବାଜୱା ପଞ୍ଜାବରେ ରାଜ୍ୟପାଳଙ୍କ ଶାସନ ଦାବି କରୁଥିବାବେଳେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଥିବା କହି ଆପ୍‌ ସରକାର ଉପରେ ଆକ୍ରମଣ କରିବାକୁ ପଛାଇ ନାହାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’