Masthead

ବିରୋଧୀଙ୍କ ଦାବିକୁ ମୁଖ୍ୟମନ୍ତ୍ରୀଙ୍କ ଅଗ୍ରାହ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ । ପଞ୍ଜାବର ବିଜେପି ନେତାଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଅଭିଯୋଗ କରି ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସମେତ ରାଜ୍ୟର ବିଜେପି ନେତା ରାଜ୍ୟପାଳ ଶାସନ ଲାଗୁ କରିବାକୁ ଦାବି କରୁଥିବା ବେଳେ ଏହାକୁ ବିରୋଧ କରିଛନ୍ତି ଭଗବନ୍ତ ମାନ । ମୁଖ୍ୟମନ୍ତ୍ରୀ ମାନ ଓ ରାଜ୍ୟପାଳ ବନବାରୀଲାଲ ପୁରୋହିତଙ୍କ ମଧ୍ୟରେ ତାଳମେଳ ଠିକ୍‌ ନ ଥିବା ବେଳେ ରାଜ୍ୟରେ ବିଗୁଡ଼ିଥିବା ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ।

ଏହାପରେ ମାନ ଟ୍ୱିଟ କରିଛନ୍ତି, କ୍ୟାପଟେନ ଅମରିନ୍ଦର ସିଂଙ୍କ ସମେତ କଂଗ୍ରେସରୁ ଆସି ବିଜେପିରେ ସାମିଲ ହୋଇଥିବା ନେତା ଏବେ ରାଜ୍ୟପାଳ ଭବନ ଆଖପାଖରେ ବୁଲୁଥିବା ଦୃଶ୍ୟମାନ ହେଉଛନ୍ତି। ସେମାନେ ପଞ୍ଜାବରେ ରାଜ୍ୟପାଳ ଶାସନ ଲାଗୁ କରିବାକୁ ଚାହୁଁଛନ୍ତି। ପଞ୍ଜାବବାସୀ ଜାଣିଛନ୍ତି ଯେ, ସେମାନେ ସବୁବେଳେ ପଞ୍ଜାବୀ ବିରୋଧୀ । ଏହି ସମୟରେ ପଞ୍ଜାବ ବିଜେପି ନେତା ଫତେହ ଜଙ୍ଗ ବାଜୱା ପଞ୍ଜାବରେ ରାଜ୍ୟପାଳଙ୍କ ଶାସନ ଦାବି କରୁଥିବାବେଳେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଥିବା କହି ଆପ୍‌ ସରକାର ଉପରେ ଆକ୍ରମଣ କରିବାକୁ ପଛାଇ ନାହାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି