Masthead

ଆଜି ନିର୍ବାଚନ ପ୍ରଚାର ପାଇଁ ନବୀନଙ୍କ ୪ ଜିଲ୍ଲା ଗସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ନିର୍ବାଚନ ପ୍ରଚାର ପାଇଁ ୪ଟି ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମେ କୋରାପୁଟ, ପରେ ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଯିବେ। ପୂର୍ବାହ୍ନରେ କୋରାପୁଟ ଓଏମପି ପଡ଼ିଆରେ ଜନସଭାରେ ଉଦବୋଧନ ଦେବେ। ଏହାପରେ ନବରଙ୍ଗପୁର ମାଝିଗୁଡ଼ା ଗ୍ରାଉଣ୍ଡରେ ରହିଛି ନବୀନଙ୍କ ନିର୍ବାଚନୀ ରାଲି।ପରାହ୍ଣରେ ରାୟଗଡ଼ା ଟିକିରି ମୁସୁରିପଲ୍ଲାର ଛକ ଠାରେ ସାଧାରଣ ସଭାରେ ଯୋଗ ଦେବେ।

ଏହାପରେ ଗଜପତିର ପାରଳାଖେମୁଣ୍ଡି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ କରିବେ। ପ୍ରଥମ ପର୍ଯ୍ୟାୟରେ ଏହି ୪ଟି ଜିଲ୍ଲାରେ ନିର୍ବାଚନ ଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ ନବୀନ। ସକାଳ ୧୦ ଟା ୧୦ରେ ଜୟପୁର ବିମାନ ବନ୍ଦରରେ ପହଞ୍ଚିବେ । ୧୦ଟା ୩୦ରେ ଜୟପୁର ଯାଇ ଏକ ସାଧାରଣ ସଭା କରିବେ । ପରେ ୧୧.୪୦ରେ ନବରଙ୍ଗପୁରରେ ପହଞ୍ଚି ନିର୍ବାଚନୀ ପ୍ରଚାର କରିବେ ନବୀନ । ଏହାପରେ ମିଟିଂ ସାରି ୧୨.୫୦ରୁ ୩ଟା ଯାଏଁ ପିଡବ୍ଲ୍ୟଡି ଗେଷ୍ଟ ହାଉସରେ ବିଶ୍ରାମ ନେବେ ।

ଏହାପରେ ୩.୪୦ରେ ରାୟଗଡା ବିଧାନସଭା କ୍ଷେତ୍ରରେ ମଧ୍ୟ ଏକ ସାଧାରଣ ସଭାରେ ଯୋଗ ଦେବେ । ଶେଷରେ ଅପରାହ୍ନ ୫ଟାରେ ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳିରେ ମଧ୍ୟ ନିର୍ବାଚନ ପ୍ରଚାର କରିବାର କାରର୍ଯ୍ୟକ୍ରମ ରହିଛି । ପ୍ରଥମ ପର୍ଯ୍ୟାୟ ମତଦାନ ୧୩ ତାରିଖରେ ରହିଛି । ୧୧ରେ ଶେଷ ହେଉଛି ପ୍ରଚାର । ୪ ଲୋକସଭା ଏବଂ ୨୮ ବିଧାନସଭାରେ ମତଦାନ ପୂର୍ବରୁ ତିନି ଦଳ ଜୋରଦାର ପ୍ରଚାର କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା