Masthead

୭ ଟି ବିଭାଗର ୧୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବିରାଟ ନିଯୁକ୍ତି ମେଳା । ୭ଟି ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର । ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ରହିଛି ଗୁରୁତ୍ତ୍ୱପୂର୍ଣ କାର୍ୟ୍ୟକ୍ରମ । ସ୍ବାସ୍ଥ୍ୟ, ଆଇନ, ଜଳସମ୍ପଦ, ଅର୍ଥ ଓ ପଶୁ ସମ୍ପଦ ବିଭାଗ ଭଳି ଅନ୍ୟ ବିଭାଗରେ ଯୁବ ପିଢ଼ିଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ସରକାର ।

କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ୩୪, ଅର୍ଥ ବିଭାଗର ୬୧, ଜଳସମ୍ପଦ ବିଭାଗର ୪୧୩, ଆଇନ ବିଭାଗର ୩୭, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ୨୩, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ୯୮୨ ଓ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ୧୩୬ ଜଣଙ୍କୁ ମିଳିବ ନିଯୁକ୍ତି ପତ୍ର । ସେପଟେ ୨୭ ଟି ନୂଆ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଯାହା ୫୧ହଜାର ୮୨୬ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଏଥିରେ ୨୫ ହଜାର ୩୮୦କୋଟି ଟଙ୍କାର ପୁଞ୍ଜିନିବେଶ ରହିଛି ।ଓୟୁଏଟିରେ ହେବାକୁ ଥିବା ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଶିଳ୍ପ, ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା