Masthead

ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବିକାଶ ମେଳାକୁ କରିବେ ଉଦ୍‌ଘାଟନ

ବାରିପଦା(ବଡ଼ ଖବର ବ୍ୟୁରୋ): ରବିବାର ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ରାଜ୍ୟରେ ବିଜେପି ସରକାର ଗଠନ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମୟୂରଭଞ୍ଜ ଗସ୍ତ କରିବେ । ଜିଲ୍ଲା ସଦର ମହକୁମା ବାରିପଦା ଛଉ ପଡ଼ିଆ ଠାରେ ଆୟୋଜିତ ବିକାଶ ମେଳାର ଶୁଭ ଉଦଘାଟନ କରିବେ । ଏଥିସହ ଜନସାଧାରଣଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି । ଛଉ ପଡ଼ିଆରେ ବିକାଶ ମେଳା ନିମନ୍ତେ ସମସ୍ତ ଆୟୋଜନ ସରିଛି ।

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଅବତରଣ ପାଇଁ ରିଜର୍ଭ ପୁଲିସ ପରେଡ ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ ନିର୍ମାଣ ସରିଛି। ବିକାଶ ମେଳାର ଆୟୋଜନ ଓ ସୁପରିଚାଳନା ନିମନ୍ତେ ଜିଲ୍ଲାପାଳ ହେମକାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଏସ୍. ସୁଶ୍ରୀଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ମୁଖ୍ୟମନ୍ତ୍ରୀ କେନ୍ଦୁଝରରୁ ହେଲିକପ୍ଟରରେ ଆସି ଏଠାରେ ଦିନ ସାଢ଼େ ୧ଟାରେ ଅବତରଣ କରିବେ । ସେଠାରୁ ସଡ଼କ ପଥରେ ସର୍କିଟ ହାଉସରେ ୧ଟା ୫ରେ ପହଞ୍ଚିବେ । ସର୍କିଟ ହାଉସରେ ମଧ୍ୟାହ୍ନଭୋଜନ ସହ ଦିନ ୨ଟା ୫୦ ପର୍ଯ୍ୟନ୍ତ ବିଶ୍ରାମ ନେବେ । ପରେ କାରରେ ଛଉ ପଡ଼ିଆ ଅଭିମୁଖେ ଆସି ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ବିକାଶମେଳାରେ ଯୋଗଦେବେ । ପରଦିନ ସକାଳ ୮ଟା ୪୫ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ