Masthead

ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବିକାଶ ମେଳାକୁ କରିବେ ଉଦ୍‌ଘାଟନ

ବାରିପଦା(ବଡ଼ ଖବର ବ୍ୟୁରୋ): ରବିବାର ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ରାଜ୍ୟରେ ବିଜେପି ସରକାର ଗଠନ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମୟୂରଭଞ୍ଜ ଗସ୍ତ କରିବେ । ଜିଲ୍ଲା ସଦର ମହକୁମା ବାରିପଦା ଛଉ ପଡ଼ିଆ ଠାରେ ଆୟୋଜିତ ବିକାଶ ମେଳାର ଶୁଭ ଉଦଘାଟନ କରିବେ । ଏଥିସହ ଜନସାଧାରଣଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି । ଛଉ ପଡ଼ିଆରେ ବିକାଶ ମେଳା ନିମନ୍ତେ ସମସ୍ତ ଆୟୋଜନ ସରିଛି ।

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଅବତରଣ ପାଇଁ ରିଜର୍ଭ ପୁଲିସ ପରେଡ ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ ନିର୍ମାଣ ସରିଛି। ବିକାଶ ମେଳାର ଆୟୋଜନ ଓ ସୁପରିଚାଳନା ନିମନ୍ତେ ଜିଲ୍ଲାପାଳ ହେମକାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଏସ୍. ସୁଶ୍ରୀଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ମୁଖ୍ୟମନ୍ତ୍ରୀ କେନ୍ଦୁଝରରୁ ହେଲିକପ୍ଟରରେ ଆସି ଏଠାରେ ଦିନ ସାଢ଼େ ୧ଟାରେ ଅବତରଣ କରିବେ । ସେଠାରୁ ସଡ଼କ ପଥରେ ସର୍କିଟ ହାଉସରେ ୧ଟା ୫ରେ ପହଞ୍ଚିବେ । ସର୍କିଟ ହାଉସରେ ମଧ୍ୟାହ୍ନଭୋଜନ ସହ ଦିନ ୨ଟା ୫୦ ପର୍ଯ୍ୟନ୍ତ ବିଶ୍ରାମ ନେବେ । ପରେ କାରରେ ଛଉ ପଡ଼ିଆ ଅଭିମୁଖେ ଆସି ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ବିକାଶମେଳାରେ ଯୋଗଦେବେ । ପରଦିନ ସକାଳ ୮ଟା ୪୫ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ