Masthead

ଆଜି ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପଦ୍ମପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁରକ୍ଷା ପାଇଁ ୨୫ ପ୍ଳାଟୁନ ଫୋର୍ସ ମୁତୟନ କରାଯାଇଛି । ଉପନିର୍ବାଚନରେ ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ନିର୍ବାଚନମଣ୍ଡଳୀକୁ ଶୀଘ୍ର ଆସିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ତାହା ପୂରଣ କରିବାକୁ ଆଜି ପଦ୍ମପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ନିର୍ବାଚନ ମଣ୍ଡଳୀର ୩ଟି ବ୍ଲକ ପଦ୍ମପୁର, ଝାରବନ୍ଧ ଏବଂ ପାଇକମାଳ ଗସ୍ତରେ ଯିବେ ।

ସବୁଠି ଜନସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ ଟାରେ ମୁଖ୍ୟମନ୍ତ୍ରୀ ସତୀଭଟା ଏୟାରଷ୍ଟିପ୍ରେ ଅବତରଣ କରିବେ । ସେଠାରୁ ହେଲିକ୍ୟାପ୍ଟର ଯୋଗେ ୧୨.୩୦ ସୁଦ୍ଧା ପାଇକମାଳରେ ପହଞ୍ଚିବେ । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୁରକ୍ଷା ଦାୟୀତ୍ୱରେ ୨୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ୫ ଜଣ ଏଏସପି, ୧୬ ଡିଏସପି, ୩୨ ଜଣ ଇନସ୍ପେକ୍ଟର, ୧୦୦ ଏସଆଇଓ ଏଏସଆଇଈ ନିଯୋଜିତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ