ଅଗଷ୍ଟ ୫ରେ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ବସିବ ଜନତା ଦରବାର । ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭା ଅଧିବେଶନ ପାଇଁ ସ୍ଥଗିତ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଆସନ୍ତା ୫ରେ ହେବ । ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ସୋମବାର ପୂର୍ବାହ୍ନ ୧୧ଟାରେ ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିବେ । ଅଭିଯୋଗ ପାଇଁ ସକାଳ ୮ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ପଞ୍ଜୀକରଣ ଖୋଲା ରହିବ । ତେଣୁ ଅଭିଯୋଗକାରୀମାନେ ଯଥା ସମୟରେ ଆସି ପଞ୍ଜୀକରଣ କରି ଅଭିଯୋଗ ଜଣାଇବାକୁ ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ