Masthead

ନୂଆ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୧୫ ନିର୍ଦ୍ଦେଶନାମା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନୂଆ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୧୫ ନିର୍ଦ୍ଦେଶନାମା। ନୂଆବର୍ଷରେ ପ୍ରଶାସନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଆଭିମୁଖ୍ୟ। ଶାସନ-ପ୍ରଶାସନକୁ ଚଳଚଞ୍ଚଳ ଓ ଲୋକାଭିମୁଖୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ଏକ ପନ୍ଦର-ଦଫା ନିର୍ଦ୍ଦେଶାବଳୀ ପ୍ରଦାନ କରିଛନ୍ତି।  ଓଡ଼ିଶା ଭିଜନ ଡକ୍ୟୁମେଣ୍ଟରେ ଆସନ୍ତା ୨ବର୍ଷ ପାଇଁ ସରକାର ରେଖାଙ୍କିତ ଲକ୍ଷ୍ୟକୁ ହାସଲ କରିବା ପାଇଁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

୨୦୩୬ ସୁଦ୍ଧା ୫୦୦ ବିଲିଅନ ଆମେରିକୀୟ ଡଲାର ଅର୍ଥନୀତି ସହିତ ସମୃଦ୍ଧ ଓଡ଼ିଶା ଗଠନ ଏବଂ ରାଜ୍ୟକୁ ଶ୍ରେଷ୍ଠ ୫ଟି ବିକଶିତ ରାଜ୍ୟ ମଧ୍ୟରେ ଆଣିବାକୁ ଏକ ‘ମିଶ୍ରିତ ଅର୍ଥନୀତି’ ଆଡକୁ ନେବାପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ତେଣୁ, ମୁଖ୍ୟମନ୍ତ୍ରୀ ଭାବେ ଜ୍ଞାନ-ପରିଚାଳିତ ଶିଳ୍ପ ତଥା ସେବା କ୍ଷେତ୍ରକୁ ଅଧିକ ଗୁରୁତ୍ଵ ଦେଇ ଏହାର ଦ୍ରୁତ ବିକାଶ ପାଇଁ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଶିଳ୍ପାୟନର ଦୃତ ବିକାଶ ପାଇଁ ସବୁ ଜିଲ୍ଲାପାଳଙ୍କୁ ବିଭିନ୍ନ ପ୍ରକ୍ରିୟାକୁ ଫାଷ୍ଟଟ୍ରାକ୍ କରିବାକୁ ଏହି ନିର୍ଦ୍ଦେଶାବଳୀରେ ଗୁରୁତ୍ଵ ଆରୋପ କରାଯାଇଛି। ସେହିପରି ଆସନ୍ତା ୨ବର୍ଷ ମଧ୍ୟରେ ସବୁ ଖାଲିଥିବା ସରକାରୀ ପଦ ପଦବୀକୁ ପୂରଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦକ୍ଷ ଏବଂ ପ୍ରଶିକ୍ଷିତ ଅଧିକାରୀଙ୍କ ସେବା ଉପରେ ଗୁରୁତ୍ଵ ଆରୋପ କରିବା ସହ ଦୁର୍ନୀତିଗ୍ରସ୍ତ, ଅପାରଗ ଏବଂ ଦାୟିତ୍ଵହୀନ ଅଧିକାରୀ ଓ କର୍ମଚାରୀଙ୍କୁ ଚିହ୍ନଟ କରି ତାଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ କହିଛନ୍ତି। ଏପରିକି ବାଧ୍ୟତାମୂଳକ ସେବା ନିବୃତ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏଥିରୁ, ମୁଖ୍ୟମନ୍ତ୍ରୀଙ୍କ ଶାସନ-ପ୍ରଶାସନକୁ ସ୍ଵଚ୍ଛ, ଦକ୍ଷ ଏବଂ ଚଳଚଞ୍ଚଳ କରିବା ପାଇଁ ଦୃଢ ସଂକଳ୍ପକୁ ସୂଚାଉଛି। ଏଥି ସହିତ ବିଭିନ୍ନ ପ୍ରକଳ୍ପର ସଫଳ ରୂପାୟନ ପାଇଁ ନିୟମିତ ଭାବେ ସମୀକ୍ଷା ଓ ମୂଲ୍ୟାୟନ କରିବା ପାଇଁ ଗୁରୁତ୍ଵ ଆରୋପ କରାଯାଇଛି। ଗବେଷଣା ଓ ମୂଲ୍ୟାୟନକୁ ଜୋର୍ ଦେବା ପାଇଁ ନବକୃଷ୍ଣ ଚୌଧୁରୀ ଉନ୍ନୟନ ଗବେଷଣା କେନ୍ଦ୍ରକୁ ଏକ ଉତ୍କର୍ଷ କେନ୍ଦ୍ର ଭାବେ ଗଢି ତୋଳିବାକୁ ନିର୍ଦ୍ଦେଶ ଦିଆଯାଇଛି। ସବୁପ୍ରକାର ସରକାରୀ କାର୍ଯ୍ୟ, ବିଶେଷ ଭାବେ ନୋଟିସ, ବିଜ୍ଞପ୍ତି, ପତ୍ର ବିନିମୟକୁ କେବଳ ଓଡ଼ିଆ ଭାଷାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସଚିବାଳୟ ଠାରୁ ବ୍ଲକ ସ୍ତର ପର୍ଯ୍ୟନ୍ତ ସମସ୍ତ ଅଧିକାରୀଙ୍କୁ ଏହି ନିର୍ଦ୍ଦେଶକୁ କଡାକଡ଼ି ଭାବେ ପାଳନ କରିବା ପାଇଁ କୁହାଯାଇଛି। ଏହି ଦିଗରେ ଖିଲାଫକାରୀଙ୍କୁ କୈଫିୟତ ତଲବ କରିବା ପାଇଁ ବି କୁହା ଯାଇଛି।

ତେଣୁ, ଓଡ଼ିଆ ଭାଷାକୁ ସରକାରୀ ଭାଷାରେ ବ୍ୟବହାର କରିବା ପାଇଁ ପ୍ରତିବଦ୍ଧତାର ବାର୍ତ୍ତା ମଧ୍ୟ ମୁଖ୍ୟମନ୍ତ୍ରୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣିକୁ ଅତ୍ୟନ୍ତ ଗୁରୁତର ସହିତ ବିଚାରକୁ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସଚିବାଳୟ ଠାରୁ ଆରମ୍ଭ କରି ବ୍ଲକ ଓ ତହସିଲ ସ୍ତର ପର୍ଯ୍ୟନ୍ତ ସବୁ ଅଧିକାରୀଙ୍କୁ ଲୋକଙ୍କ ଅଭିଯୋଗ ଶୁଣି ତାକୁ ତୁରନ୍ତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗ ଶୁଣାଣି ପାଇଁ ସୋସିଆଲ ମିଡିଆକୁ ବହୁଳ ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କପିଳାସରେ ମହାପ୍ରଭୁଙ୍କ ନୀତି ବନ୍ଦ, ଧାରଣାରେ ସେବାୟତ 🔴 ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା 🔴 ଗିରଫ ହେଲେ ବିଜେଡି ନେତ୍ରୀ 🔴 ଆଜି ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ 🔴 ୧୬ ରୁ ମଇ ୧୫ ପ୍ରଥମ ପର୍ଯ୍ୟାୟ ଜନଗଣନା 🔴 ବ୍ରିଜ୍‌ ଉପରକୁ ଚଢ଼ିଗଲା ବସ୍‌ 🔴 ଆଜି ପଙ୍କୋଦ୍ଧାର ଏକାଦଶୀ 🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପିଳାସରେ ମହାପ୍ରଭୁଙ୍କ ନୀତି ବନ୍ଦ, ଧାରଣାରେ ସେବାୟତ 🔴 ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା 🔴 ଗିରଫ ହେଲେ ବିଜେଡି ନେତ୍ରୀ 🔴 ଆଜି ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ବୈଠକ 🔴 ୧୬ ରୁ ମଇ ୧୫ ପ୍ରଥମ ପର୍ଯ୍ୟାୟ ଜନଗଣନା 🔴 ବ୍ରିଜ୍‌ ଉପରକୁ ଚଢ଼ିଗଲା ବସ୍‌ 🔴 ଆଜି ପଙ୍କୋଦ୍ଧାର ଏକାଦଶୀ 🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର