Masthead

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାନଗର ନିଗମ, ମ୍ୟୁନିସିପାଲିଟି ଓ ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକରେ ବୃଦ୍ଧି । ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର । ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି । ପୌରପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି । ପୌରପରିଷଦ ଉପାଧ୍ୟକ୍ଷ ଏଣିକି ପାଇବେ ୧୦ ହଜାର ଟଙ୍କା । ଏନଏସି ଅଧ୍ୟକ୍ଷଙ୍କ ଦରମା ୧୦ ହଜାର, ଉପାଧ୍ୟକ୍ଷ ପାଇବେ ୭,୫୦୦ । ମୃତ୍ୟୁ ଏବଂ ଅକ୍ଷମତା କ୍ଷେତ୍ରରେ ମିଳିବ ଅନୁକମ୍ପା ସହାୟତା । ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡ଼ିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡ଼ିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି। ମହାନଗର ନିଗମମାନଙ୍କର ମେୟରମାନେ ପୂର୍ବରୁ ପାରିତୋଷିକ ଭାବରେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ମାସିକ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରମାନଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ ୧୫ ହଜାର ଟଙ୍କାକୁ, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନଏସି ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ ରୁ ୭,୫୦୦ ଟଙ୍କାକୁ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନଏସିର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍‌ ବ୍ୟତୀତ ମହାନଗର ନିଗମର ଷ୍ଟାଣ୍ଡିଂ କମିଟିର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ। ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି। ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ। ସୂଚନାଯୋଗ୍ୟ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନ୍ଏସିରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି