Masthead

ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଭେଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଭେଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସଭା ଭବନରେ ‘ଗରିମା’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସଫେଇ କର୍ମଚାରୀମାନଙ୍କ ପାଇଁ ଅନେକ ସହାୟତା ରାଶି ଘୋଷଣା କରିଛନ୍ତି । ମୋହନ ମାଝୀ କହିଛନ୍ତି ଯେ ଏଣିକି ସଫେଇ କର୍ମଚାରୀଙ୍କୁ ମିଳିବ ୧୦ ଲକ୍ଷ ଟଙ୍କାର ଜୀବନ ବୀମା ସହାୟତା ।

ଏଥିସହ ସଫାଇ କର୍ମଚାରୀଙ୍କୁ ସରକାରଙ୍କ ତରଫରୁ ମୋବାଇଲ ଦିଆଯିବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା ଅନୁସାରେ ସବୁ ସୁରକ୍ଷା ସତ୍ତେ ଯଦି କୌଣସି ସଫେଇ କର୍ମଚାରୀଙ୍କର ମୃତ୍ୟୁ ଘଟେ ତେବେ ତାଙ୍କର ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । ସେ ଆହୁରି ମଧ୍ୟ ଘୋଷଣା କରିଛନ୍ତି ଯେ ସରକାରୀ ପିଏମ ଆବାସ ଯୋଜନାରେ ସଫେଇ କର୍ମଚାରୀମାନଙ୍କୁ କୋଠା ଘର ମଧ୍ୟ ପ୍ରଦାନ କରାଯିବ ।

ଗତକାଲି ମୁଖ୍ୟମନ୍ତ୍ରୀ ଟେକ୍ସଟାଇଲ ଶିଳ୍ପରେ କାର୍ଯ୍ୟରତ ଥିବା କର୍ମଚାରୀଙ୍କ ଭର୍ତ୍ତା ୧ ହଚାର ଟଙ୍କାକୁ ବୃଦ୍ଧି କରିବା ସହିତ ସଫେଇ କର୍ମଚାରୀଙ୍କ ଦରମା ବୃଦ୍ଧି କରିଛନ୍ତି । ସଫେଇ କର୍ମଚାରୀ ମହିଳା ମାନେ ମାସକୁ ୬ ହଜାର ଟଙ୍କା ବଦଳରେ ୭ହଜାର ଟଙ୍କା ପାଇବେ ଏବଂ ପୁରୁଷ କର୍ମଚାରୀମାନଙ୍କୁ ୫ ହଜାର ବଦଳରେ ୬ ହଜାର ଟଙ୍କାକୁ ବୃଦ୍ଧି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ