Masthead

ଆଜି ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ । ମୁଖ୍ୟମନ୍ତ୍ରୀ ୬ ଦିନିଆ ଜାପାନ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଯାଉଛନ୍ତି । ଏହି ଗସ୍ତ ସମୟରେ ନବୀନ ଜାପାନ ରାଜଧାନୀ ଟୋକିଓରେ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗଦେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ନବୀନ ଆଲୋଚନା କରିବେ ।

ଦୁବାଇରୁ ୨୧ହଜାର କୋଟି ଟଙ୍କାର ପୁଞ୍ଜି ଆସିବା ପରେ ଜାପାନରୁ ଅଧିକ ପୁଞ୍ଜି ଆଣିବା ପାଇଁ ପ୍ଲାନ୍ ରହିଛି। ବିଭିନ୍ନ ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଆଇଟି ସେକ୍ଟର ପରିଦର୍ଶନ କରିବେ ଶିଳ୍ପ ବିଭାଗର ଟିମ୍ । ନିବେଶକାରୀଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । କେବଳ ଏତିକି ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଜାପାନ ସହ ଓଡ଼ିଶାର ବାଣିଜ୍ୟ ଓ ସାଂସ୍କୃତିକ ସମ୍ପର୍କକୁ ଆହୁରି ମଜବୁତ କରିବ । ୨୦୧୮ ମେକ ଇନ ଓଡ଼ିଶା କନକ୍ଲେଭରେ ଜାପାନର ପ୍ରତିନିଧିମାନେ ସାମିଲ ହୋଇ ଓଡ଼ିଶା ସହ ବାଣିଜ୍ୟ ସମ୍ପର୍କ ମଜଭୁତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା