ପିଲାଙ୍କୁ ମିଳିବ ପୁଷ୍ଟିକର ଖାଦ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପିଲାଙ୍କ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ପାଇଁ ପିଲାଙ୍କୁ ମିଳିବ ପୁଷ୍ଟିକର ଖାଦ୍ୟ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ୍ ଖୋଲିବା ପୂର୍ବରୁ ପିଲାଙ୍କୁ ହାପିନେସ୍ କିଟ୍ ପାଇଁ ନିସ୍ପତ୍ତି । ଏହି କିଟ୍‌ରେ ରହିବ ଅଟା, ଚଣା, ହଳଦୀ ଗୁଣ୍ଡ, ଡାଲଚିନ୍, ଚିନା ବାଦାମ ଓ ଗୁଡ ଭଳି ଇମ୍ୟୁନିଟି ବୁଷ୍ଟର ସାମଗ୍ରୀ । ତା ସହିତ ରହିବ ପେନ୍, ପେନ୍ସିଲ୍, ନୋଟ୍ ପ୍ୟାଡ୍, ସାନିଟାରୀ ନାପକିନ୍, ଟୁଥ୍ ପେଷ୍ଟ, ଆୟୋଡିନ ଲୁଣ ଓ ସାବୁନ । ପ୍ରଥମ ପର୍ୟ୍ୟାୟରେ ମଧ୍ୟାହ୍ନ ଭୋଜନ ଯୋଗାଉଥିବା ଅକ୍ଷୟ ପାତ୍ର ଫାଉଣ୍ଡେସନ୍ ଜରିଆରେ ନୟାଗଡ଼, ପୁରୀ, କଟକ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ର ୧୯୧୬ ସ୍କୁଲରୁ ଏକ ଲକ୍ଷ ୮୩ ହଜାର ଛାତ୍ରଛାତ୍ରୀଙ୍କୁ ହାପିନେସ୍ କିଟ୍ ଦିଆଯିବ । ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ସବୁ ଜିଲ୍ଲାରେ ମଧ୍ୟାହ୍ନ ଭୋଜନ ଯୋଗାଣକାରୀ ସଂସ୍ଥା ମାଧ୍ୟମରେ ହାପିନେସ୍ କିଟ୍ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିସ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ