Masthead

ପରୀକ୍ଷା ନଦେଇ ପିଲା ଯିବେ କଲେଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବରୁ ମାଟ୍ରିକ ପରୀକ୍ଷା ସ୍ଥଗିତ ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ମେ’୩ରେ ହେବାକୁ ଥିବା ମାଟ୍ରିକ ପରୀକ୍ଷାକୁ ସରକାର ସ୍ଥଗିତ ରଖିଲେ ବୋଲି ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ବଡ଼ ନିଷ୍ପତ୍ତି ନେଇଚନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।

ସିବିଏସଇ ଢାଞ୍ଚାରେ ହେବ ମାଟ୍ରିକ ମୂଲ୍ୟାୟନା ପୂର୍ବ ପରୀକ୍ଷାକୁ ଆଧାର କରି ହେବ ମାର୍କିଂ । ବୋର୍ଡ ଜଣାଇବ ମାର୍କିଂର ସଂପୂର୍ଣ୍ଣ ପଦ୍ଧତି । ଅସହମତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ପରୀକ୍ଷା । କରୋନା ସ୍ଥିତି ସୁଧୁରିଲେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି । ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଧାରିତ ପଦ୍ଧତି ଅନୁସାରେ ପିଲାଙ୍କୁ ମାର୍କ ମିଳିବ । ମାର୍କରେ ଅସନ୍ତୋଷ ପ୍ରକାଶ କଲେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଦେବାକୁ ସୁଯୋଗ ମିଳିବ । କୋଭିଡ ସ୍ଥିତି ସ୍ୱାଭାବିକ ହେବା ପରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ।

ପୂର୍ବରୁ ସିବିଏସଇ ଓ ଆଇସିଏସ୍ଇ ଦଶମ ପରୀକ୍ଷା ବାତିଲ ହୋଇଥିଲା । ମାଟ୍ରକ୍ ପରୀକ୍ଷା ସ୍ଥଗିତ ନୁହେଁ ସମ୍ପୂର୍ଣ୍ଣ ବାତିଲ ଦାବିରେ ମଙ୍ଗଳବାର ଛାତ୍ରଛାତ୍ରୀ ନବୀନ ନିବାସ ଘେରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ୍ ଆନ୍ଦୋଳନ ତେଜିବାର ଆଶଙ୍କା ଥିବାରୁ ବାଧ୍ୟ ହୋଇ ରାଜ୍ୟ ସରକାର ମୁଣ୍ଡ ନୁଆଁଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ