Masthead

ପରୀକ୍ଷା ନଦେଇ ପିଲା ଯିବେ କଲେଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବରୁ ମାଟ୍ରିକ ପରୀକ୍ଷା ସ୍ଥଗିତ ନେଇ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ମେ’୩ରେ ହେବାକୁ ଥିବା ମାଟ୍ରିକ ପରୀକ୍ଷାକୁ ସରକାର ସ୍ଥଗିତ ରଖିଲେ ବୋଲି ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ବଡ଼ ନିଷ୍ପତ୍ତି ନେଇଚନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।

ସିବିଏସଇ ଢାଞ୍ଚାରେ ହେବ ମାଟ୍ରିକ ମୂଲ୍ୟାୟନା ପୂର୍ବ ପରୀକ୍ଷାକୁ ଆଧାର କରି ହେବ ମାର୍କିଂ । ବୋର୍ଡ ଜଣାଇବ ମାର୍କିଂର ସଂପୂର୍ଣ୍ଣ ପଦ୍ଧତି । ଅସହମତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ପରୀକ୍ଷା । କରୋନା ସ୍ଥିତି ସୁଧୁରିଲେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି । ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଧାରିତ ପଦ୍ଧତି ଅନୁସାରେ ପିଲାଙ୍କୁ ମାର୍କ ମିଳିବ । ମାର୍କରେ ଅସନ୍ତୋଷ ପ୍ରକାଶ କଲେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଦେବାକୁ ସୁଯୋଗ ମିଳିବ । କୋଭିଡ ସ୍ଥିତି ସ୍ୱାଭାବିକ ହେବା ପରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ ।

ପୂର୍ବରୁ ସିବିଏସଇ ଓ ଆଇସିଏସ୍ଇ ଦଶମ ପରୀକ୍ଷା ବାତିଲ ହୋଇଥିଲା । ମାଟ୍ରକ୍ ପରୀକ୍ଷା ସ୍ଥଗିତ ନୁହେଁ ସମ୍ପୂର୍ଣ୍ଣ ବାତିଲ ଦାବିରେ ମଙ୍ଗଳବାର ଛାତ୍ରଛାତ୍ରୀ ନବୀନ ନିବାସ ଘେରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ୍ ଆନ୍ଦୋଳନ ତେଜିବାର ଆଶଙ୍କା ଥିବାରୁ ବାଧ୍ୟ ହୋଇ ରାଜ୍ୟ ସରକାର ମୁଣ୍ଡ ନୁଆଁଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ